ବାଇକ୍‌ରୁ ଖସି ପଡ଼ିଲେ, ଚଢ଼ିଗଲା ଟ୍ରକ୍‌

ବନ୍ତ,୮।୭: ଭଦ୍ରକ ଜିଲା ବନ୍ତ ବ୍ଲକ ଭଦ୍ରକ-ଆନନ୍ଦପୁର ୫୩ ନମ୍ବର ରାଜ୍ୟ ରାଜପଥର ବନ୍ତ ମେଡିକାଲ ଛକଠାରେ ଗୁରୁବାର ଜଣେ ମହିଳା ବାଇକ୍‌ରୁ ଖସି ପଡ଼ିଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଉପରେ ଏକ ଟ୍ରକ୍‌ ଚଢ଼ିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମହିଳା ଜଣଙ୍କ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେନ୍ଦୁଜୁଆଣି ଅଞ୍ଚଳର ଶାକର ମୁର୍ମୁ(୫୦) ବୋଲି ପୋଲିସ ସୂତ୍ରରୁ ଜଣାଯାଇଛି।
ସୂଚନା ଅନୁଯାୟୀ, ଶାକର ନିଜ ଗ୍ରାମରୁ ସମ୍ପର୍କୀୟଙ୍କ ସହ ବାଇକ୍‌ରେ ଭଦ୍ରକ ଆସୁଥିବା ବେଳେ ବନ୍ତଠାରେ ଏହି ଦୁର୍ଘଟଣା ଘଟିଥିଲା। ଆନନ୍ଦପୁରରୁ ଭଦ୍ରକ ଅଭିମୁଖେ ଆସୁଥିବା ଟ୍ରକ୍‌ଟି ତାଙ୍କ ଡାହାଣ ଗୋଡ଼ ଉପରେ ଚଢ଼ି ଯାଇଥିଲା। ଉପସ୍ଥିତ ଲୋକେ ତାଙ୍କୁ ପ୍ରଥମେ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ଚିକିତ୍ସାଳୟକୁ ପଠାଇଥିଲେ। ପୋଲିସ ପହଞ୍ଚି ଟ୍ରକ୍‌ ଓ ବାଇକ୍‌କୁ ଜବତ କରି ଥାନାକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

ଗ୍ରହଣ ସମୟରେ ଭଗବାନଙ୍କ ମୂର୍ତ୍ତୀ ଛୁଇଁବାକୁ କାହିଁକି ବାରଣ କରାଯାଏ? ସତ ଜାଣିଲେ…

ଶ୍ରାବଣର ପବିତ୍ର ମାସ ଭଗବାନ ଶିବଙ୍କ ଆରାଧନା ପାଇଁ ଅତ୍ୟନ୍ତ ଖାସ୍ ବୋଲି ମାନାଯାଏ। ଏହି ସମୟରେ ସାରା ଦେଶର ଶିବ ମନ୍ଦିରଗୁଡ଼ିକରେ ଭକ୍ତଙ୍କ ଭିଡ଼ ଦେଖିବାକୁ…

ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନ! ୧୭ ଅଗଷ୍ଟ ପର୍ଯ୍ୟନ୍ତ ରହିବନି କୌଣସି ପ୍ରକାରର ଟେନସନ, ୩ ରାଶିରେ ଟଙ୍କା ବର୍ଷା…

ଗ୍ରହରାଜ ସୂର୍ଯ୍ୟଦେବ, ଅଶ୍ଲେଷା ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଯାହାର ସ୍ୱାମୀ ନିଜେ ସ୍ୱୟଂ ବୁଧ ଦେବ ଅଟନ୍ତି । ଏହି ନକ୍ଷତ୍ରରେ ସୂର୍ଯ୍ୟ ଦେବ…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ଗ୍ରୀକ୍‌ ଓ ଭାରତୀୟ ନାଟ୍ୟକଳାରେ ବିବିଧତା

ଚୀନ ଗ୍ରୀସ୍‌ ଓ ଭାରତର ନାଟ୍ୟକଳା ଭଳି ଦୁଇଟି ମହାନ୍‌ ଶାସ୍ତ୍ରୀୟ ପରମ୍ପରା ମାଧ୍ୟମରେ ନାଟ୍ୟକଳାର ଇତିହାସ ପ୍ରାୟତଃ ବର୍ଣ୍ଣନା କରାଯାଏ। ଉଭୟ ପରମ୍ପରା କାହାଣୀ, ଅଭିନୟ,…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri