ବାଇକ୍‌ରୁ ଖସି ପଡ଼ିଲେ, ଚଢ଼ିଗଲା ଟ୍ରକ୍‌

ବନ୍ତ,୮।୭: ଭଦ୍ରକ ଜିଲା ବନ୍ତ ବ୍ଲକ ଭଦ୍ରକ-ଆନନ୍ଦପୁର ୫୩ ନମ୍ବର ରାଜ୍ୟ ରାଜପଥର ବନ୍ତ ମେଡିକାଲ ଛକଠାରେ ଗୁରୁବାର ଜଣେ ମହିଳା ବାଇକ୍‌ରୁ ଖସି ପଡ଼ିଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଉପରେ ଏକ ଟ୍ରକ୍‌ ଚଢ଼ିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମହିଳା ଜଣଙ୍କ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେନ୍ଦୁଜୁଆଣି ଅଞ୍ଚଳର ଶାକର ମୁର୍ମୁ(୫୦) ବୋଲି ପୋଲିସ ସୂତ୍ରରୁ ଜଣାଯାଇଛି।
ସୂଚନା ଅନୁଯାୟୀ, ଶାକର ନିଜ ଗ୍ରାମରୁ ସମ୍ପର୍କୀୟଙ୍କ ସହ ବାଇକ୍‌ରେ ଭଦ୍ରକ ଆସୁଥିବା ବେଳେ ବନ୍ତଠାରେ ଏହି ଦୁର୍ଘଟଣା ଘଟିଥିଲା। ଆନନ୍ଦପୁରରୁ ଭଦ୍ରକ ଅଭିମୁଖେ ଆସୁଥିବା ଟ୍ରକ୍‌ଟି ତାଙ୍କ ଡାହାଣ ଗୋଡ଼ ଉପରେ ଚଢ଼ି ଯାଇଥିଲା। ଉପସ୍ଥିତ ଲୋକେ ତାଙ୍କୁ ପ୍ରଥମେ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ଚିକିତ୍ସାଳୟକୁ ପଠାଇଥିଲେ। ପୋଲିସ ପହଞ୍ଚି ଟ୍ରକ୍‌ ଓ ବାଇକ୍‌କୁ ଜବତ କରି ଥାନାକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri