ଫେରିପାରିଲେନି ଗାଁକୁ ରାସ୍ତାରେ ଚାଲିଗଲା….

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ଛେଦନଇ ଗ୍ରାମ ନିକଟ ୩୨୬ ନଂ. ଜାତୀୟ ରାଜପଥ ରେ ଶୁକ୍ରବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ଗଜପତି ଜିଲା ମୋହନ ଥାନା ରାଣୀଖମା ଗାଁ ର ରବି ମଲ୍ଲିକ  (୨୮)। ସନ୍ଧ୍ୟା ପ୍ରାୟ ୫  ଟାରେ ରବି ବାଇକ (ନଂ.ଓଆର୨୦ଏ -୦୫୯୪) ଯୋଗେ ଗାଁ କୁ ଫେରୁଥିବା ବେଳେ ସେ ନିଜେ ଭାରସାମ୍ୟ ହରାଇ ବାଇକ ସହ ରାସ୍ତା ଉପରେ କଚାଡି ହୋଇ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ  ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ।ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏନେଇ ପାଟପୁର ଥାନାରେ ଏତଲା ହେବା ପରେ ତଦନ୍ତକାରୀ ଅଧିକାରୀ ଏସଆଇ ପ୍ରଭାତ କୁମାର ବାଲିକାନା  ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଛନ୍ତି। ଦୁର୍ଘଟଣାଗସ୍ତ ବାଇକ କୁ ଜବତ କରାଯାଇଛି। ଶନିବାର ସକାଳେ ବ୍ୟବଚ୍ଛେଦ କରାଯିବା ପରେ ମୃତଦେହ କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଆଇଆଇସି ଦୀପ୍ତି ରଞ୍ଜନ ବେହେରା ସୂଚନା ଦେଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri