କ୍ଷତିପୂରଣ ସତ୍ୟପାଠ ଦାଖଲ ପାଇଁ ସମୟ ନେଲେ ସରକାର

କଟକ,୧୦।୧ (କାର୍ତ୍ତିକ ସାହୁ): ଡଙ୍ଗାବୁଡି ମାମଲାରେ ରାଜ୍ୟ ସରକାର ମୃତାହତଙ୍କ ନିମନ୍ତେ କ୍ଷତିପୂରଣ ରାଶି ବାବଦରେ ସତ୍ୟପାଠ ଦାଖଲ ଲାଗି ସମୟ ଦେବାକୁ ହାଇକୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି। ଉକ୍ତ ଟଙ୍କା ସମ୍ପର୍କରେ ବିଚାର ଚାଲିଥିବା ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ଆବେଦନକୁ ଗ୍ରହଣ କରିଛନ୍ତି। ଏଥିସହ ସରକାରଙ୍କ ପ୍ରସ୍ତାବିତ ନୂତନ ଡଙ୍ଗାଚାଳନା ନିୟମ-୨୦୨୩କୁ ପଢ଼ି ଅଭିଯୋଗ ଓ ପ୍ରସ୍ତାବ ଜଣାଇବାକୁ ଆବେଦନକାରୀ ଏବଂ ଆମିକସ୍‌ କ୍ୟୁରିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଉଲ୍ଲେଖଯୋଗ୍ୟ, କୋରାପୁଟ ଜିଲା କୋଲାବ ନଦୀର ଶାଖା ପାତାଳି ନଦୀରେ ୨୦୧୪ ମେ’ ୨୪ରେ ଡଙ୍ଗାବୁଡ଼ି ୬ ଜଣଙ୍କ ମୃତ୍ୟୁ ଘଟିଥିଲା। ଆଇନଜୀବୀ ପ୍ରବୀର ଦାସ ଏନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରି ଡଙ୍ଗାରେ ଯାତ୍ରା କରୁଥିବା ଯାତ୍ରୀଙ୍କ ନିରାପତ୍ତା ନିମନ୍ତେ ଡଙ୍ଗାର ପଞ୍ଜୀକରଣ, ଜୀବନ ରକ୍ଷାକାରୀ ସରଞ୍ଜାମ ମହଜୁଦ ବ୍ୟବସ୍ଥା ଗ୍ରହଣ ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ଦେବାକୁ ଆବେଦନରେ ଦର୍ଶାଇଥିଲେ। ସେହିପରି ୨୦୧୪ ଫେବୃଆରୀରେ ହୀରାକୁଦରେ ଡଙ୍ଗାବୁଡ଼ି ୩୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ହାଇକୋର୍ଟ ନିଜ ଆଡୁ ଏକ ମାମଲା ରୁଜୁ କରି ରାଜ୍ୟ ସରକାରଙ୍କୁ ପକ୍ଷଭୁକ୍ତ କରିଥିଲେ। ରାଜ୍ୟର ଅନ୍ୟ ଏକ ସ୍ଥାନରେ ୨୦୧୩ରେ ଘଟିଥିବା ଡଙ୍ଗାବୁଡ଼ି ନେଇ ଏକ ମାମଲା ମଧ୍ୟ ରୁଜୁ ହୋଇଥିଲା। ୩ଟିଯାକ ମାମଲାର ଶୁଣାଣି ପୃଥକ୍‌ ହେଉଥିଲା। ହେଲେ ଏସବୁ ମାମଲାଗୁଡ଼ିକର ଏକତ୍ର ଶୁଣାଣି ପାଇଁ ଫେବୃଆରୀ ୧୩ରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri