ଶୌଚ ହେବାକୁ ଯାଇ ୨ ଦିନ ହେବ ନିଖୋଜ ଥିଲେ ପ୍ରଚଣ୍ଡ: ଆଜି ମିଳିଲା…

ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗ୍ରାମ ସ୍ଥିତ ଖଣ୍ଡିଆବନ୍ଧରୁ ସୋମବାର ଜଣେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବାବେଳେ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ପରଜଙ୍ଗ ବାଉଁଶ କାରିଗର ସାହିର ପ୍ରଚଣ୍ଡ ନାଏକ।
ସୂଚନା ମୁତାବକ, ଶନିବାର ସନ୍ଧ୍ୟାରେ ଘରୁ ଶୌଚ ହେବାକୁ ଖଣ୍ଡିଆବନ୍ଧ ପୋଖରୀ ଆଡ଼େ ପ୍ରତିଦିନ ପରି ଯାଇଥିଲେ। କିନ୍ତୁ ଫେରିବା ବିଳମ୍ବ ହେବାରୁ ପରିବାର ଲୋକ ଖୋଜା ଖୋଜି କରିଥିଲେ ସୁଦ୍ଧା ସନ୍ଧାନ ପାଇନ ଥିଲେ। ତେବେ ରବିବାର ଉକ୍ତ ପୋଖରୀରେ ପରଜଙ୍ଗ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଖୋଜାଖୋଜି କରିଥିଲେ ସୁଦ୍ଧା କୌଣସି ସନ୍ଧାନ ପାଇ ନ ଥିଲେ। ତେବେ ସୋମବାର ସକାଳେ ମୃତଦେହ ଭାସୁଥିବା ଲୋକମାନେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରଜଙ୍ଗ ଥାନା ଏଏସଆଇ ଜଳନ୍ଧର ବାରିକ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଫସିଗଲେ ଟ୍ରମ୍ପ, ଆହୁରି ଲମ୍ବିପାରେ ଯୁଦ୍ଧ, ଭୟଙ୍କର ଚେତାବନୀ ଦେଲେ ବିଶେଷଜ୍ଞ, କହିଲେ…

ଓ୍ବାଶିଂଟନ୍‌,୨୫।୩: ଚିକାଗୋ ବିଶ୍ୱବିଦ୍ୟାଳୟର ପ୍ରଫେସର ରବର୍ଟ ପେପ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ଏକ ଫାଶରେ ଫସି ଯାଇଛନ୍ତି। ତାଙ୍କ କହିବା ଅନୁସାରେ,…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଏମିତି ଥିଲା ଗାଁ

ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri