ଆଳୁ ଉପରେ ତାଙ୍କର ଅଧିକାର ଅଛି: ଜିନ୍ନତ କ’ଣ ପଶ୍ଚିମବଙ୍ଗ ଆଳୁ? କାହିଁକି ଏମିତି କହିଲେ ମନ୍ତ୍ରୀ

ଭୁବନେଶ୍ୱର,୩।୧: ବାଘୁଣୀ ଜିନ୍ନତ୍‌ ପ୍ରସଙ୍ଗରେ ପଶ୍ଚିମବଙ୍ଗ ସରକାରଙ୍କୁ କଟାକ୍ଷ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ ଜିନ୍ନତ୍‌କୁ ଫେରାଇବା ପାଇଁ NTCA ଓ ରାଜ୍ୟର ଚିଠିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ଜିନ୍ନତ୍‌ କ’ଣ ଆଳୁ କହି ସେ ପଶ୍ଚିମବଙ୍ଗ ସରକାରଙ୍କୁ କଟାକ୍ଷ କରିଛନ୍ତି। ଜିନତ କ’ଣ ଆଳୁ ହୋଇଛି, ତାକୁ ଛାଡ଼ିବେନି ପ୍ରଶ୍ନ କରିଛନ୍ତି ମନ୍ତ୍ରୀ। ତାଙ୍କର ଆଳୁ, ଆଳୁ ଉପରେ ତାଙ୍କର ଅଧିକାର ଅଛି। ଜିନତ ଓଡ଼ିଶାର, ଆମ ପରିବାରର ସଦସ୍ୟ। ବାଟବଣା ହୋଇଥିଲା। ଜଙ୍ଗଲରେ ବୁଲୁବୁଲୁ ପଶ୍ଚିମବଙ୍ଗ ପଳାଇଥିଲା। ସେଥିରେ ଯଦି କହିବେ ମୋ ସମ୍ପତ୍ତି, କେମିତି ହେବ। ଜିନତ ଓଡ଼ିଶାକୁ ଦିଆଯାଇଛି, ଓଡ଼ିଶାର ଅଧିକାର ଅଛି।

ଓଡ଼ିଶା ଛାଡ଼ି ପ୍ରଥମେ ଝାଡ଼ଖଣ୍ଡ ଓ ପରେ ପଶ୍ଚିମବଙ୍ଗ ପଳାଇଥିବା ମହାବଳ ବାଘୁଣୀ ଜିନ୍ନତ ଶିମିଳିପାଳ ଫେରିଛି। ଯମୁନା ରହୁଥିବା ଏନ୍‌କ୍ଲୋଜର ମଧ୍ୟରେ ବନ ବିଭାଗ କର୍ମଚାରୀମାନେ ତାକୁ ଛାଡ଼ିଛନ୍ତି। ଦ୍ୱିତୀୟ ଥର ଶିମିଳିପାଳରେ ପହଞ୍ଚତ୍ବା ପରେ ସେ ସୁସ୍ଥ ଓ ସକ୍ରିୟ ଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନୀ କହିଛନ୍ତି। ତେବେ ଏନ୍‌କ୍ଲୋଜରରେ ରଖାଯିବା ପରେ ଜିନ୍ନତର ଭବିଷ୍ୟତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରେମ କୁମାର ଝାଙ୍କ ସମେତ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଅଧିକାରୀମାନେ ସମୀକ୍ଷା କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବେ ବୋଲି ସୂଚନା ମିଳିଛି।

ତେବେ ଜିନ୍ନତକୁ ଓଡ଼ିଶା ଫେରାଇଆଣିବା ପାଇଁ ବନ ବିଭାଗ ପକ୍ଷରୁ ପାଣି ଭଳି ଟଙ୍କା ଖର୍ଚ୍ଚ କରାଯାଇଛି। ଏଥିପାଇଁ ୬୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି । ପଶ୍ଚିମବଙ୍ଗ ସରକାର ସବୁଠାରୁ ଅଧିକ ୩୫ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବା ବେଳେ ଓଡ଼ିଶା ସରକାର ପ୍ରାୟ ୨୦ ଲକ୍ଷ ଓ ଝାଡ଼ଖଣ୍ଡ ସରକାର ପ୍ରାୟ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ରାତ୍ରି ପାଟ୍ରୋଲିଂ, ଟ୍ରାଙ୍କୁଲାଇଜ ସମୟରେ ବ୍ୟବହୃତ ଲାଇଟ, ଟ୍ରାଙ୍କୁଲାଇଜ ସ୍ଥଳରୁ ଚିଡ଼ିଆଖାନାକୁ ପରିବହନ, ଜାଲ କିଣିବା, କର୍ମଚାରୀଙ୍କୁ ଖାଦ୍ୟ ପାନୀୟ ବାବଦ, ତିନୋଟି ଆର୍ଥ ମୁଭର୍‌ ମେଶିନ ବ୍ୟବହାର ବାବଦରେ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟରେ ୨୨ଦିନ ଧରି ବୁଲୁଥିବା ବାଘୁଣୀ ଜିନ୍ନତକୁ ବନ ବିଭାଗ ଟ୍ରାଙ୍କୁଲାଇଜ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri