ଲୋକସେବା ଭବନକୁ ସାଧାରଣ ଲୋକଙ୍କୁ ଛଡ଼ାଯାଉ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଲୋକସେବା ଭବନକୁ ସାଧାରଣ ଲୋକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ଛଡ଼ା ଯାଉନାହିଁ। ଏନେଇ ସାମାଜିକ କର୍ମୀ ବାସୁଦେବ ଭଟ୍ଟ ଉଦ୍‌ବେଗ ପ୍ରକାଶ କରିବା ସହ ଖୋଲା ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, କୋଭିଡ ଭୟାବହତା କମି ଯାଇଛି। ଶୁକ୍ରବାରଠାରୁ ରାତ୍ରିକାଳିନ କର୍ଫ୍ୟୁ ମଧ୍ୟ ଉଠି ଯାଇଛି। ଏହାପରେ ବି ଲୋକସେବା ଭବନକୁ ସାଧାରଣ ଲୋକଙ୍କ ପ୍ରବେଶ କଟକଣା ଜାରି ରହିଛି। ହେଲେ ଖଣି, ପାଣି, ଜଙ୍ଗଲ, ବିଦ୍ୟୁତ, ବାଲି, ଶିକ୍ଷା ଓ ବଡ଼ ବ୍ୟବସାୟ କରି ସରକାରଙ୍କୁ ଠକୁଥିବା ବ୍ୟକ୍ତିଙ୍କୁ ଲୋକସେବା ଭବନକୁ ଯିବାକୁ ଅନୁମତି ଦିଆଯାଉଥିଲେ ମଧ୍ୟ ଜନସାଧାରଣଙ୍କ ପାଇଁ କାମ କରୁଥିବା ଲୋକଙ୍କୁ କାହିଁକି ବାରଣ କରାଯାଉଛି? ଲୋକସେବା ଭବନ ଲୋକଙ୍କ ପାଇଁ, ମାତ୍ର ଏହା କେବଳ କିଛି ସରକାରୀ ଚାକିରିଆଙ୍କ ପାଇଁ ଉଦ୍ଦିଷ୍ଟ ଭଳି ମନେ ହେଉଛି। ସେମାନେ ଅଗଣତାନ୍ତ୍ରିକ ଭାବେ ପ୍ରଶାସନ ଓ ଶାସନ ବ୍ୟବସ୍ଥାକୁ କାବୁ କରି ନେଲେଣି। ଲୋକସେବା ଭବନକୁ ଜନସାଧାରଣ ଓ ସାମ୍ବାଦିକଙ୍କୁ ଛାଡ଼ନ୍ତୁ, ନଚେତ ଏହାର ନାମ ପରିବତ୍ତର୍ର୍ନ କରି ଚାକିରିଆ ଭବନ କରିଦିଆଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri