Posted inଖେଳ

ପନ୍ତଙ୍କୁ ମୋଟା କହିଲେ ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ,୨୨।୭: ଇଂଲଣ୍ଡ ବିପକ୍ଷ ଶେଷ ଦିନିକିଆ ମ୍ୟାଚରେ ଶତକ ହାସଲ ପରେ ଭାରତୀୟ ଉଇକେଟ୍‌ କିପର୍‌ ରିଷଭ ପନ୍ତ ପ୍ରାୟତଃ ଚର୍ଚ୍ଚାରେ ରହୁଛନ୍ତି। ଟେଷ୍ଟ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରିବା ପରେ ପନ୍ତ ମଧ୍ୟ ଦିନିକିଆରେ ଭାରତ ପାଇଁ ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ। ବିଶେଷ କଥା ହେଉଛି, ତାଙ୍କ ଶତକ ବିଦେଶ ମାଟିରେ ପ୍ରତିକୂଳ ପରିସ୍ଥିତିରେ ଆସିଥିଲା। ପନ୍ତଙ୍କର ଶତକ ପରେ ଅନେକ କ୍ରିକେଟ କିମ୍ବଦନ୍ତୀ ତାଙ୍କୁ ପ୍ରଶଂସା କରୁଛନ୍ତି। କିନ୍ତୁ ପାକିସ୍ତାନର ପୂର୍ବତନ ଫାଷ୍ଟ ବୋଲର ଶୋଏବ ଅଖତର ପନ୍ତଙ୍କ ଫିଟନେସ ଉପରେ ପ୍ରଶ୍ନ ଉଠାଇଛନ୍ତି।
ଶୋଏବ କହିଛନ୍ତି, ପନ୍ତ ଟିକେ ମୋଟା, କିନ୍ତୁ ଟିକେ ଫିଟନେସ ଉପରେ ଧ୍ୟାନ ଦେଲେ ସେ ଜଣେ ମଡେଲ ହୋଇ ବିଜ୍ଞାପନ ମାଧ୍ୟମରେ କୋଟି ଟଙ୍କା ରୋଜଗାର କରିପାରିବେ। ସେ ନିର୍ଭୟରେ ଖେଳିବା ସହ କଟ ସଟ, ପୁଲ ସଟ, ରିଭର୍ସ ସୁଇପ ମାରିପାରନ୍ତି। ସେ ପୂର୍ବରୁ ଅଷ୍ଟ୍ରେଲିଆ ଏବଂ ଏବେ ଇଂଲଣ୍ଡରେ ଭାରତକୁ ମ୍ୟାଚ୍‌ ଜିତାଇଛନ୍ତି। ପନ୍ତ ଜଣେ ଆଗାମୀ ସୁପରଷ୍ଟାର। ଯଦି ସେ ଓଜନ ଆଉ ଟିକେ କମାଇ ଦେବେ ତେବେ ଭବିଷ୍ୟତରେ ସେ ଆହୁରି ଭଲ ଖେଳିପାରିବେ।
ସୂଚନାଯୋଗ୍ୟ, ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପାଇଁ ରିଷଭ ପନ୍ତଙ୍କୁ ବିଶ୍ରାମ ଦିଆଯାଇଛି। ତେବେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ପନ୍ତ ଭାରତୀୟ ଦଳର ଅଂଶ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri