ଇସ୍ରାଏଲରେ ରିଲିଜ ହେବ ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ଭାରତୀୟ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିଥିବା ଅଭିନେତା ଅନୁପମ ଖେରଙ୍କ ଅଭିନୀତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ୨୮ ଏପ୍ରିଲ ଅର୍ଥାତ୍ ଗୁରୁବାର ଇସ୍ରାଏଲରେ ରିଲିଜ୍ ହେବାକୁ ପ୍ରସ୍ତୁତ ହୋଇ ସାରିଛି । ଆଇ ଏମ ବୁଦ୍ଧାଙ୍କ ନିର୍ଦ୍ଦେଶକ ବିବେକ ରଞ୍ଜନ ଅଗ୍ନିହୋତ୍ରୀଙ୍କ ଦ୍ୱାରା ଫିଲ୍ମଟି ଲେଖିତ ନିର୍ଦ୍ଦେଶିତ ହୋଇଛି । ଏହି ଫିଲ୍ମରେ ମିଥୁନ ଚକ୍ରବର୍ତ୍ତି, ଦର୍ଶନ କୁମାର, ପଲ୍ଲବୀ ଯୋଶୀ ଓ ଚିନ୍ମୟ ମଣ୍ଡଲେକର ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି ।
ଫିଲ୍ମ ସମ୍ପର୍କରେ କଥା ହୋଇ ଅଭିନେତା ଅନୁପମ ଖେର ଏକ ଭିଡିଓ ମାଧ୍ୟମରେ କହିଛନ୍ତି, ଇସ୍ରାଏଲରେ ମୋର ବନ୍ଧୁକଙ୍କୁ ପ୍ରଣାମ । ଆପଣମାନେ ଜାଣିଥିବେ ଆମର ଫିଲ୍ମ ଆପଣଙ୍କ ଦେଶରେ ରିଲିଜ୍ ହେଉଛି । ଏହା ଆମ ସମୟର ଏକ ମହତ୍ୱପୂର୍ଣ୍ଣ ଫିଲ୍ମ । ଏଥିରେ ୧୯୯୦ରେ କଶ୍ମୀରରେ ହିନ୍ଦୁଙ୍କ ନରସଂହାର ସମ୍ପର୍କରେ ଦର୍ଶାଯାଇଛି ।
ଭାରତୀୟ ଦର୍ଶକେ ଏହାକୁ ଖୁବ୍ ପସନ୍ଦ କରିଛନ୍ତି । ଏବେ ଇସ୍ରାଏଲରେ ଏହା ରିଲିଜ୍ ହେବା ପରେ ମୁଁ ଆପଣମାନଙ୍କୁ ଅନୁରୋଧ କରୁଛି ଆପଣମାନେ ଥିଏଟରରେ ଏହାକୁ ଦେଖନ୍ତୁ ଓ ଆପଣଙ୍କ ଭଲପାଇବା ଦିଅନ୍ତୁ ।
ଜି ଷ୍ଟୁଡିଓର ନିର୍ମାତା ଓ ସିବିଓ ଶାରିକ ପଟେଲ କହିଛନ୍ତି, ‘ଦ କଶ୍ମୀର ଫାଇଲ୍ସ’ ପାଇଁ ଆମକୁ ଯେଉଁଭଳି ସମ୍ମାନ ମିଳିଛି, ସେଥିପାଇଁ ଆମେ ବହୁତ ଖୁସି । ଫିଲ୍ମର ନିର୍ମାଣ ଜି ଷ୍ଟୁଡିଓ ଓ ତେଜ ନାରାୟଣ ଅଗ୍ରୱାଲ, ଅଭିଷେକ ଅଗ୍ରୱାଲ, ପଲ୍ଲବି ଯୋଶୀ ଓ ବିବେକ ରଞ୍ଜନ ଅଗ୍ନିହୋତ୍ରୀଙ୍କ ଦ୍ୱାରା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri