ଘରେ ରଖିଥିଲେ ୧ ଟନ୍‌ ୩ କୁଇଣ୍ଟାଲ ଗଞ୍ଜେଇ

କୋରାପୁଟ,୨୭।୧୨(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସକୁ ସୋମବାର ବଡ ସଫଳତା ମିଳିଛି। ମାଛକୁଣ୍ଡ ପୋଲିସ ଦ୍ୱାରା ଲମତାପୁଟ ବ୍ଲକର ବାଲେଲ ଗ୍ରାମରେ ଥିବା ଏକ ବିଜୁ ପକ୍କା ଘର ଉପରେ ଚଢାଉ କରାଯାଇ ସେଠାରେ ଥିବା ପ୍ରାୟ ୧ କୋଟି ୩୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି।
କୋରାପୁଟ ଏସ୍‌ପି ବରୁଣ ଗୁଣ୍ଟୁପାଲିଙ୍କ ନିର୍ଦ୍ଦେଶକ୍ରମେ ନନ୍ଦପୁର ଏସ୍‌ଡିପିଓଙ୍କ ନେତୃତ୍ୱରେ ଲମତାପୁଟ ଓ ମାଛକୁଣ୍ଡ ପୋଲିସର ଏକ ୧୦ ଜଣିଆ ଟିମ୍‌ ବାଲେଲ ଗ୍ରାମରେ ଚଢାଉ କରିଥିଲା। ଏହି ସମୟରେ ସେଠାରୁ ୫୮ ବସ୍ତାରେ ଥିବା ୧ ଟନ୍‌ ୩ କୁଇଣ୍ଟାଲ ୫୭ କେଜି ଗଞ୍ଜେଇ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୁଲ୍ୟ ୧ କୋଟି ୩୫ ଲକ୍ଷ ଟଙ୍କା ହେବ ବୋଲି ନନ୍ଦପୁର ଏସ୍‌ଡିପିଓ ସଞ୍ଜୟ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ପୋଲିସ ପହଞ୍ଚତ୍ବା ପୂର୍ବରୁ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଚିହ୍ନଟ କରଯାଇଛି। ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଆକାଉଣ୍ଟରୁ ୧.୯୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୨ା୮: ବ୍ରହ୍ମପୁର ସହରରେ ଦିନକୁ ଦିନ ସାଇବର ଅପରାଧ ବଢ଼ିବାରେ ଲାଗିଛି। ବିଭିନ୍ନ ଉପାୟରେ ଲୋକଙ୍କ ଧନସମ୍ପତ୍ତି କ୍ଷଣିକ ମଧ୍ୟରେ ଗାଏବ କରି ଦେଉଛନ୍ତି।...

ବାଚସ୍ପତିଙ୍କ କାମ୍ପାଲା ଯାତ୍ରା

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ୬୪ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଉଗାଣ୍ଡାର ରାଜଧାନୀ କାମ୍ପାଲା ଅଭିମୁଖେ ଯାତ୍ରା କରିଛନ୍ତି । ଆସନ୍ତା...

ଅବ୍ୟବସ୍ଥାରେ ପୁରାତନ ଶିକ୍ଷାନୁଷ୍ଠାନ

ବାସୁଦେବପୁର, ୧୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁରର ସର୍ବପୁରାତନ ଶିକ୍ଷାନୁଷ୍ଠାନ ଅଟଳ ବିହାରୀ ହାଇସ୍କୁଲ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର ଶୈକ୍ଷିକ ବାତାବରଣ ଦିନକୁ...

CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ...

କେନ୍ଦ୍ରୀୟ ଡେପୁଟେଶନରେ ଗଲେ ସନ୍ତୋଷ ଷଡ଼ଙ୍ଗୀ

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ୧୯୯୪ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗ ପ୍ରମୁଖ ସଚିବ ସନ୍ତୋଷ କୁମାର...

ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୮୧ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି

ବାଲେଶ୍ୱର ଅଫିସ, ୧୭।୧୦-ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ବାଲେଶ୍ୱର ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଜିଲାସ୍ତରୀୟ ନିଯୁକ୍ତି...

ବିପର୍ଯ୍ୟୟ ପରିଚାଳନା ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୩ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା କୋର୍ସ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତା’ର ପାଠ୍ୟକ୍ରମ ପ୍ରସ୍ତୁତ...

ସ୍ବାମୀ ୧୩ ବର୍ଷ ହେଲା ଫେରାର

ବ୍ରହ୍ମପୁର ଅଫିସ,୧୯ ।୬: ଅତିରିକ୍ତ ଜିଲା ଜଜ(ଏଡିଜେ)-୧ ସଂଘମିତ୍ରା ଶର୍ମା ଏକ ଯୌତୁକ ଜନିତ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ଶାଶୁ ଓ ଦିଅରଙ୍କୁ...

Advertisement
Archives

Model This Week