ସ୍ତ୍ରୀଙ୍କ ପ୍ରେମିକଙ୍କୁ ହତ୍ୟା କରି ପୋତିଦେଲେ

ଜଗନ୍ନାଥପ୍ରସାଦ,୧୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ସୁଗୁମୁ ଗ୍ରାମର ଜଣେ ଯୁବକଙ୍କୁ ଗତ ୭ ତାରିଖରେ ଘରୁ ଡାକି ନେଇ ହତ୍ୟା କରାଯାଇଛି। ମୃତକ ହେଲେ ମାଧବ ନାଇକ (୧୯)। ୬ ଦିନ ପରେ ମଙ୍ଗଳବାର ପୋଲିସ ସ୍ଥାନୀୟ ମଳିଙ୍ଗି କାଜୁ ଜଙ୍ଗଲରୁ ମାଧବଙ୍କ ଗଳିତ ମୃତଦେହ ମାଟିତଳୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସ୍ତ୍ରୀଙ୍କ ସହିତ ଅନୈତିକ ସମ୍ପର୍କ ରଖିଥିବା ସନ୍ଦେହ ହେବାରୁ ମାଧବଙ୍କୁ ହତ୍ୟା କରିଛନ୍ତି ବୋଲି ଅଭିଯୁକ୍ତ ସ୍ବୀକାର କରିଛନ୍ତି। ଏ ନେଇ ପୋଲିସ ନଂ. ୩୭୭/୨୧ରେ ମାମଲା ରୁଜୁ କରିଛି।
ସୂଚନାନୁସାରେ, ଅଭିଯୁକ୍ତ ଗତ ୭ ତାରିଖରେ ବୁଲିଯିବାକୁ କହି ମାଧବଙ୍କୁ ଘରୁ ଡାକି ନେଇଥିଲେ। କିନ୍ତୁ ସନ୍ଧ୍ୟା ସୁଦ୍ଧା ମାଧବ ଆଉ ଘରକୁ ଫେରି ନଥିଲେ। ତାଙ୍କ ପରିବାର ଲୋକେ ଅଭିଯୁକ୍ତଙ୍କୁ ପଚାରିବାରୁ ସେ ଜାଣିନଥିବା କହିଥିଲେ। ଚାରିଆଡ଼େ ଖୋଜାଖୋଜି କରି ମାଧବଙ୍କୁ ନ ପାଇବାରୁ ତାଙ୍କ ବାପା ଯୋଗେନ୍ଦ୍ର ସୋମବାର ଜଗନ୍ନାଥପ୍ରସାଦ ଥାନାରେ ଏତଲା ଦେଇଥିଲେ। ପୋଲିସ ସନ୍ଦେହରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିବାରୁ ଏକ ଲୁହାଛଡ଼ରେ ଆକ୍ରମଣ କରି ହତ୍ୟା କରିବା ସହ ମାଧବଙ୍କ ମୃତଦେହକୁ ଗ୍ରାମଠାରୁ ପ୍ରାୟ ୧୨ କିଲୋମିଟର ମଲିଙ୍ଗି କାଜୁ ଜଙ୍ଗଲରେ ପୋତି ଦେଇଥିବା କହିଥିଲେ। ମଙ୍ଗଳବାର ସକାଳୁ ସ୍ଥାନୀୟ ତହସିଲଦାର ମନୋଜ କୁମାର ତ୍ରିପାଠୀଙ୍କ ଉପସ୍ଥିତିରେ ପୋଲିସ ମୃତକ ପରିବାର ସହାୟତାରେ କାଜୁ ଜଙ୍ଗଲରୁ ମାଧବଙ୍କ ଗଳିତ ମୃତଦେହକୁ ମାଟି ତଳୁ ଖୋଳି ବାହାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri