ଖରାରେ ପକାଇ ପୁଅକୁ ମାରିଦେଲେ

ଢେଙ୍କିକୋଟ,୧୩।୬ (ଡି.ଏନ.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅଧୀନ ସାନମସିଣାବିଲା ଗ୍ରାମରେ ହାତଗୋଡ଼ ବାନ୍ଧି ଖରାରେ ପକାଇଦେବାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ପୋଲିସ ତାଙ୍କ ବାପାଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ପୋଲିସ ସୂଚନା ଅନୁଯାୟୀ, ସାନମସିଣାବିଲା ଗ୍ରାମର ପାଣୁଆ ନାଏକଙ୍କ ପୁଅ ସୁମନ୍ତ (୪୦)ଗତ ଶନିବାର ଅପରାହ୍ନରେ ନିଶାସକ୍ତ ଅବସ୍ଥାରେ ଘରେ ପାଟିତୁଣ୍ଡ କରିଥିଲେ। ଏକ ଠେଙ୍ଗାରେ ସେ ତାଙ୍କ ମା’ଙ୍କୁ ମାଡ଼ ମାରି ଅଣ୍ଟା ହାଡ଼ ଭାଙ୍ଗି ଦେଇଥିଲେ। ପୁଅର ଏଭଳି ଉନ୍ମତ୍ତ କାଣ୍ଡ ଦେଖି ବାପା ପାଣୁଆ ରାଗିଯାଇ ତାଙ୍କ ହାତ ଗୋଡ଼ ବାନ୍ଧି ପ୍ରଚଣ୍ଡ ଖରାରେ ପକାଇ ଦେଇଥିଲେ। ଏମିତି କି ପାଣି ମୁନ୍ଦେ ମଧ୍ୟ ଦେଇ ନ ଥିଲେ। ଫଳରେ ଅପରାହ୍ନ ୫ଟାରେ ସୁମନ୍ତ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଘରକୁ ନେଇଯାଇ ହାତ ଗୋଡ଼ ଖୋଲି ଦେଇଥିଲେ। ପରେ ଚିକିତ୍ସା ପାଇଁ ତାଙ୍କୁ ଘଟଗଁା ଡାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଗଁା ଥାନା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସବଇନ୍ସପେକ୍ଟର ତପନ କୁମାର ଜେନା ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଏନେଇ ଥାନାରେ ଏକ ମାମଲା (ନଂ.୧୧୬/୨୨) ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସୁମନ୍ତଙ୍କ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri