ଭାଇକୁ ବାଡେଇ ପକାଇଲେ ମେଡିକାଲରେ, ଆଉ ଏବେ ଭଉଣୀଙ୍କୁ ଦଉଛନ୍ତି…

ପାଣିକୋଇଲି,୨୧।୮(ବିକାଶ ମଲ୍ଲିକ):ଏକ ମରଣାନ୍ତକ ଆକ୍ରମଣ ମାମଲାରେ ମଙ୍ଗଳପୁର ଥାନା ପୋଲିସ ଚୁପ୍‌ ବିରୋଧରେ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୀଡ଼ିତଙ୍କ ଭଉଣୀ। ଅଭିଯୋଗ ମୁତାବକ, ଈଶ୍ୱରପୁର ଗ୍ରାମର ନାରାୟଣ ଚନ୍ଦ୍ର ଦାସଙ୍କ ଚାଷଜମିରେ ବାଡ଼ ବୁଜାଯାଇଥିଲା। ଗ୍ରାମର ପ୍ରଫୁଲ୍ଲ ବେହେରା ଓ ତାଙ୍କ ପୁଅମାନେ ମିଶି ଉକ୍ତ ବାଡକୁ ଓପାଡୁଥିଲେ। ଏହାକୁ ନାରାୟଣଙ୍କ ପୁଅ ସମ୍ବିତ ବିରୋଧ କରିବାରୁ ସଂଘବଦ୍ଧ ଭାବେ ପ୍ରଫୁଲ୍ଲ ଓ ତାଙ୍କ ପୁଅମାନେ ମିଶି ଆକ୍ରମଣ କରିଥିଲେ। ଫଳରେ ସମ୍ବିତ ଗୁରୁତର ହେବା ସହ କ୍ଷତାକ୍ତ ଅବସ୍ଥାରେ ମଙ୍ଗଳପୁର ଥାନାରେ ପହଞ୍ଚିବାପରେ ପୋଲିସ ତାଙ୍କୁ ମଙ୍ଗଳପୁର ଚିକିତ୍ସାଳୟ ପଠାଇଥିଲା। ଏନେଇ ସେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ନଂ.୨୮୧/୨୪ ରୁଜୁ କରି ପ୍ରଫୁଲ୍ଲଙ୍କ ପୁଅ ଶେତାମ୍ବରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ମାତ୍ର ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରୁନାହିଁ। କଟକରେ ସମ୍ବିତ ଚିକିତ୍ସିତ ହେଉଥିବା ବେଳେ ଗତ ୧୯ ତାରିଖରେ ପ୍ରଫୁଲ୍ଲଙ୍କ ଅନ୍ୟ ପୁଅ କୁନୁ ବେହେରା ସମ୍ବିତଙ୍କ ଭଉଣୀ ସରିତାଙ୍କୁ ଗାଳିଗୁଲଜ କରିବା ସହ ହତ୍ୟା ଧମକ ମଧ୍ୟ ଦେଇଛନ୍ତି। ଏନେଇ ସରିତା ମଙ୍ଗଳପୁର ଥାନାରେ ଜଣାଇଥିଲେ ମଧ୍ୟ କେହି ଶୁଣୁନାହାନ୍ତି ବୋଲି ସେ ପାଣିକୋଇଲିସ୍ଥିତ ଜିଲା ପୋଲିସ ମୁଖ୍ୟାଳୟରେ ପହଞ୍ଚି ଏସ୍‌ପିଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri