ବିଧାୟିକାଙ୍କୁ ୭ କି.ମି. ଚଲାଇଲେ ଲୋକେ

ଠାକୁରମୁଣ୍ଡା,୨୩।୧(ଡି.ଏନ.ଏ.): ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତରେ ଅତିଷ୍ଠ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଞ୍ଚଳବାସୀ ଶୁକ୍ରବାର କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ୭ କି.ମି. ଦୂର କ୍ଷତିଗ୍ରସ୍ତ ଗ୍ରାମକୁ ଚଲାଇ ଚଲାଇ ନେବା ଚର୍ଚ୍ଚାର ବିଷୟ ହୋଇଛି। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ କରଞ୍ଜିଆ-ଯଶିପୁର ୨୨୦ନଂ. ଜାତୀୟ ରାଜପଥକୁ ତାଟୋ ନିକଟରେ ଅବରୋଧ କରିବା ସହ ଦୁଧିଆଣି ରେଞ୍ଜ କାର୍ଯ୍ୟାଳୟ ଘେରାଉ କରିଥିବା ମଧ୍ୟ ସୂଚନା ମିିଳିଛି।
ସୂଚନା ଅନୁଯାୟୀ, ୨୩ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଦୀର୍ଘ ୫ ମାସ ହେଲା ଦୁଧିଆଣି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ପଶି ଉତ୍ପାତ କରୁଛନ୍ତି। ହାତୀପଲ ଲୋକଙ୍କ ଘର, ଫସଲକୁ ନଷ୍ଟ କରିଦେଉଥିବା ବେଳେ ସ୍ଥାନୀୟ ବନବିଭାଗ ଓ ପ୍ରଶାସନ କୌଣସି ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରିନାହିଁ। କ୍ଷତିଗ୍ରସ୍ତଙ୍କୁ ସହାୟତା ମିଳୁ ନ ଥିବାରୁ ଅସନ୍ତୋଷ ସୃଷ୍ଟି ହୋଇଥିଲା। ଗୁରୁବାର ହାତୀ ପଲ କାଦମଡ଼କ ଗ୍ରାମରେ ପଶି ବ୍ୟାପକ କ୍ଷୟକ୍ଷତି କରିଥିଲେ। ହାତୀ ଉପଦ୍ରବରେ ଅତିଷ୍ଠ କାଦମଡ଼କ, ତାଟୋ, କୁଞ୍ଜିଆ,ବିଉରିଆ,ନାକୁ, ସଲରାପଦା, ପାହାଡ଼ମଡ଼କ ପ୍ରଭୃତି ଗ୍ରାମର ଲୋକେ କ୍ଷତିପୂରଣ ଦାବି ସହ ସ୍ଥାୟୀ ପ୍ରତିକାର ଦାବିରେ ରାସ୍ତା ଅବରୋଧ ସହ ରେଞ୍ଜ କାର୍ଯ୍ୟାଳୟ ଘେରାଉ କରିଥିଲେ। ଏହି ସମୟରେ ବିଧାୟିକା ହେମ୍ବ୍ରମ ସେହି ରାସ୍ତା ଦେଇ ଯାଉଥିବା ସମୟରେ ରାସ୍ତା ଅବରୋଧ ଯୋଗୁ ଅଟକି ଯାଇଥିଲେ। ଲୋକେ ବିଧାୟିକାଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ଜଣାଇଥିଲେ। ଆଲୋଚନା ସମୟରେ ଉତ୍ତ୍ୟକ୍ତ ଲୋକେ ବିଧାୟିକା ଗାଁକୁ ଯାଇ ଉଜୁଡ଼ା କ୍ଷେତ ଦେଖନ୍ତୁ ବୋଲି କହିଥିଲେ। ଶେଷରେ ଉତ୍ତ୍ୟକ୍ତ ଲୋକମାନଙ୍କ ସହିତ ବିଧାୟିକାଙ୍କୁ ୭ କି.ମି. ଦୂର କାଦାମଡ଼କ ଗାଁକୁ ଚାଲିଚାଲି ଯିବାକୁ ପଡିଥିଲା। ଘଟଣାସ୍ଥଳରେ ପୂର୍ବରୁ ଉପସ୍ଥିତ ଥିବା କରଞ୍ଜିଆ ଥାନା ଅଧିକରିଣୀ ସରୋଜିନୀ ସିଂ, ଏସିଏଫ୍‌ ଦିଗନ୍ତ ପାଲ୍‌, ରେଞ୍ଜର ସରୋଜ ପଣ୍ଡା, ପ୍ରବୀର ମୁର୍ମୁ ମଧ୍ୟ ଚାଲିଚାଲି କ୍ଷତିଗ୍ରସ୍ତ ଗାଁକୁ ଯାଇ ହାତୀପଲଙ୍କ ଦ୍ୱାରା ନଷ୍ଟ ହୋଇଥିବା ସ୍ଥାନ ଦେଖିଥିଲେ। କ୍ଷୟକ୍ଷତି ଆକଳନ ପରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦିଆଯିବ ଏବଂ ହାତୀପଲ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଉଛି ବୋଲି ଏସିଏଫ ପାଲ୍‌ କହଛନ୍ତି। ଏ ସଂକ୍ରାନ୍ତରେ ବିଧାୟିକା ହେମ୍ବ୍ରମଙ୍କୁ ପଚାରିବାରୁ ଲୋକଙ୍କ ସମସ୍ୟା ବୁଝିବା ପାଇଁ ମଁୁ କ୍ଷତିଗ୍ରସ୍ତ ଅଞ୍ଚଳକୁ ଯାଇଥିଲି। କ୍ଷତିଗ୍ରସ୍ତଙ୍କୁ କିପରି ସହାୟତା ମିଳିବ ସେଥିନେଇ ବନ ବିଭାଗ ସହ ଆଲୋଚନା କରିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri