‘ଆଇନ ବିଦ୍ୟାର୍ଥୀ ସମାଜର ଆଲୋକବର୍ତ୍ତିକା’

କଟକ ଅଫିସ,୧୮।୯: ଆଇନ ପେସା ଲୋକଙ୍କ ଅଧିକାର ଓ ସ୍ବାଧୀନତା ଅକ୍ଷୁଣ୍ଣ ରଖିବା ସହ ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରିବାକୁ ଶିଖାଇଥାଏ। ଆଇନ ସେବା ଏକ ସମ୍ଭ୍ରାନ୍ତ ବୃତ୍ତି ବୋଲି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତ କହିଛନ୍ତି। କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଶନିବାର ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପ୍ରଧାନ ବିଚାରପତି ଲଳିତ ଯୋଗଦେଇ କହିଥିଲେ, ସାମ୍ବିଧାନିକ ବିଧିବ୍ୟବସ୍ଥାର ପ୍ରତିଷ୍ଠାତାଙ୍କ ସମେତ ବହୁ ସ୍ବାଧୀନତା ସଂଗ୍ରାମୀ ଏହି ଆଇନ ପେସାରୁ ଆସିଥିଲେ। ବିଶ୍ୱବିଦ୍ୟାଳୟର ଡିଗ୍ରୀଧାରୀ ବିଦ୍ୟାର୍ଥୀମାନେ ସମାଜର ଆଲୋକବର୍ତ୍ତିକା ସଦୃଶ। ସମାଜ ସେମାନଙ୍କୁ ଦେଖି ଅନୁପ୍ରାଣିତ ହେବ। ଓକିଲାତିକୁ ପେସା କରୁଥିବା ବ୍ୟକ୍ତି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବା ଦରକାର ବୋଲି ଲଲିତ କହିଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ଯୋଗଦେଇ ସୁପ୍ରିମକୋର୍ଟ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ କହିଥିଲେ, ବିଦ୍ୟାର୍ଥୀମାନେ କେବଳ ଆଇନ ଜାଣିଲେ ହେବ ନାହିଁ, ବରଂ ଆଇନ ବିଷୟରେ ଚିନ୍ତା କରିବା ଉଚିତ। ଆଇନ ଆମ ସମାଜର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଆଇନ ଛାତ୍ରୀଛାତ୍ରମାନେ ପ୍ରଥମେ ଜଣେ ଭଲ ମଣିଷ ହୁଅନ୍ତୁ ବୋଲି ସେ ପରାମର୍ଶ ଦେଇଥିଲେ। ସୁପ୍ରିମକୋର୍ଟ ବିଚାରପତି ଏମ୍‌. ଆର୍‌. ଶାହା ଉତ୍ସବରେ ଅଧ୍ୟକ୍ଷତା କରି କହିଥିଲେ, ଛାତ୍ରୀଛାତ୍ରମାନେ ଜ୍ଞାନ ଆହରଣ କରି ରାଷ୍ଟ୍ର ଗଠନରେ ସାମିଲ ହୁଅନ୍ତୁ। ବିଫଳତାକୁ ସଫଳତାର ଏକ ମାଇଲଖୁଣ୍ଟ ଭାବେ ବିବେଚନା କରିବାକୁ ସେ କହିଥିଲେ। ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର କୃତୀ ଛାତ୍ରୀଛାତ୍ରମାନଙ୍କୁ ଡିଗ୍ରୀ ପ୍ରଦାନ କରିବା ସହ ଆଇନ ସେବା କ୍ଷେତ୍ରରେ ସଫଳ ମଣିଷ ହେବାକୁ କହିଥିଲେ। କୁଳପତି ପ୍ରଫେସର ବେଦ କୁମାରୀ ବିବରଣୀ ପାଠ କରିଥିଲେ।
ଏହି ଅବସରରେ ୨୨୧ ଜଣଙ୍କୁ ଡିଗ୍ରୀ ପ୍ରଦାନ କରାଯାଇଥିଲା। ଏଥିରେ ନିଧି ଚୌହାନ, ବିଚାରପତି ସଞ୍ଜୀବ ପାଣିଗ୍ରାହୀ, ପଲ୍ଲବ ଦାସ ଓ ରାମକୃଷ୍ଣ ଦାସ(ଅନୁପସ୍ଥିତ)ଙ୍କୁ ଡକ୍ଟରେଟ, ଏଲ୍‌ଏଲ୍‌ଏମ୍‌ର ୩୮, ଅଣ୍ଡର ଗ୍ରାଜୁଏଟ୍‌ର ବିଏ ଏଲ୍‌ଏଲ୍‌ବିର ୧୧୩ ଓ ବିବିଏ ଏଲ୍‌ଏଲ୍‌ବିର ୫୯ ଜଣଙ୍କୁ ମିଶାଇ ୧୭୨ ଜଣ ଅଛନ୍ତି। ମୋଟ୍‌ ୨୨ ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା। ବିଶ୍ୱବିଦ୍ୟାଳୟର କୁଳସଚିବ ପ୍ରଫେସର ଯୋଗେଶ ପ୍ରତାପ ସିଂଙ୍କ ସମେତ ହାଇକୋର୍ଟ ବିଚାରପତି, ବରିଷ୍ଠ ଆଇନଜୀବୀ ଓ ବିଚାର ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?