ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୪।୧୨-ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୂରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ ପାରି ଶେଷରେ ହାରିଦେଲେ ଜୀବନ। ଢେଙ୍କାନାଳ ଜିଲା ଯୋଜନା, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ ବିଭାଗର ଛଟେଇ କର୍ମଚାରୀ ସୂର୍ଯ୍ୟକାନ୍ତ ସ୍ବାଇଁ (୩୨)ଙ୍କ ଆତ୍ମହତ୍ୟା ପଛରେ ଏପରି କିଛି ଦୁଃଖଦ କାହାଣୀ ଥିବା ଜଣାପଡ଼ିଛି। ଶୁକ୍ରବାର ତାଙ୍କ ମୃତଦେହ ଶାଢ଼ିରେ ଝୁଲୁଥିବା ଅବସ୍ଥାରେ କାର୍ଯ୍ୟାଳୟ ନିକଟ ସରକାରୀ ବାସଭବନରୁ ଜବତ କରାଯାଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସୂର୍ଯ୍ୟକାନ୍ତଙ୍କ ଘର ପରଜଙ୍ଗ ବ୍ଲକର ପଥରଖମ୍ବରେ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ସୂର୍ଯ୍ୟକାନ୍ତ ଆଉଟ୍‌ ସୋର୍ସିଂ ଭାବେ ୨୦୦୭ରୁ ଜିଲା ଯୋଜନା, ସମନ୍ବୟ ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟରେ ୪ର୍ଥ ଶ୍ରେଣୀ ଠିକା କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ। କୋଭିଡ୍‌-୧୯ ସମୟରେ ଫେବୃୟାରୀରେ ତାଙ୍କୁ ଛଟେଇ କରାଯାଇଥିଲା। ଏହାପରେ ସେ ମାନସିକ ଚିନ୍ତାଗ୍ରସ୍ତ ହୋଇ ସପରିବାର ସରକାରୀ ବାସଭବନରେ ରହୁଥିଲେ। ସ୍ତ୍ରୀ ପ୍ରଭାତୀ ୨ ଝିଅପୁଅଙ୍କ ସହ ସଦର ବ୍ଲକ ଚାଉଳିଆ ଖମାରସ୍ଥିତ ବାପ ଘରକୁ ବଡ଼ଓଷା କରିବାକୁ ଯାଇଥିଲେ। ସୂର୍ଯ୍ୟକାନ୍ତ ଏକାକୀ ଘରେ ରହୁଥିଲେ। ୨ଦିନ ହେଲା ସ୍ତ୍ରୀଙ୍କ ଫୋନ୍‌ ସେ ଉଠାଉ ନ ଥିଲେ। ପ୍ରଭାତୀ ଏ ସଂକ୍ରାନ୍ତରେ ଦିଅର ଶେଷଦେବଙ୍କୁ ଜଣାଇଥିଲେ। ଘର କବାଟ ବାଡ଼େଇବା ପରେ କେହି ନ ଖୋଲିବାରୁ ଶେଷଦେବ ଟାଉନ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ କବାଟ ଖୋଲିଥିଲା। ଏହି ସମୟରେ ସୂର୍ଯ୍ୟକାନ୍ତଙ୍କ ମୃତଦେହ ଝରକା ରଡ୍‌ରେ ଲୁଗାରେ ଝୁଲୁଥିଲା। ପୋଲିସ ମୃତଦେହ ଜବତ ପରେ ବ୍ୟବଚ୍ଛେଦ ଲାଗି ପଠାଇଥିଲା। ଏ ସଂକ୍ରାନ୍ତରେ ଟାଉନ ଥାନାରେ ନଂ. ୫୬/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନାଧିକାରୀ ନମିତା ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?