‘ମୁର୍ଖଙ୍କ ଭଳି କାର୍ଯ୍ୟ କଲେ, ପରିଣାମ ଭୋଗିବାକୁ ପଡ଼େ’

ନୂଆଦିଲ୍ଲୀ,୧୭।୨: ମିଷ୍ଟର ଆଇପିଏଲ ଭାବେ ଜଣାଶୁଣା ସୁରେଶ ରାଇନା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଆଗାମୀ ସଂସ୍କରଣରେ ଖେଳିବେ ନାହିଁ। ଇତିହାସରେ ପ୍ରଥମ ଥର ପାଇଁ ଏଭଳି ହେବାକୁ ଯାଉଛି। ବେଙ୍ଗାଲୁରୁଠାରେ ଆୟୋଜିତ ଦୁଇ ଦିନିଆ ମେଗା ଅକଶନରେ ରାଇନାଙ୍କୁ କୌଣସି ଫ୍ରାଞ୍ଚାଇଜ କିଣି ନାହାନ୍ତି। ୨୦୦୮ରୁ ୨୦୨୧ ପର୍ଯ୍ୟନ୍ତ ପ୍ରତ୍ୟେକ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ଖେଳିଥିବା ଏହି ବ୍ୟାଟରଙ୍କୁ ନିଜ ମୁର୍ଖାମୀର ପରିଣାମ ଭୋଗିବାକୁ ପଡ଼ିଛି ବୋଲି କହିଛନ୍ତି ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର ତଥା କମେଣ୍ଟଟେଟର ସାଇମନ ଡଲ।

“ରାଇନାଙ୍କୁ କୌଣସି ଫ୍ରାଞ୍ଚାଇଜ ନ କିଣିବା ପଛରେ ଦୁଇ ତିନୋଟି କାରଣ ରହିଛି। ୟୁଏଇରେ ସେ ସିଏସ୍‌କେ ଓ ଏହାର ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରତି ବିଶ୍ୱସ୍ତତା ହରାଇ ହରାଇଥିଲେ। ଥରେ ଏଭଳି ହେଲା ପରେ ପୁନର୍ବାର ସ୍ବାଗତ କରାଯିବାର ସମ୍ଭାବନା ନାହିଁ” ବୋଲି ଡଲ କହିଛନ୍ତି। ଏଠାରେ ସେ ୨୦୨୦ ସଂସ୍କରଣ ପୂର୍ବରୁ ଘଟିଥିବା ଘଟଣା ସମ୍ପର୍କରେ କହିଛନ୍ତି। ରାଇନା ସିଏସ୍‌କେ ସହ ୟୁନାଇଟେଡ୍‌ ଆରବ ଏମିରେଟ୍ସ ଗସ୍ତ କରିଥିଲେ। ସିଜନ ଆରମ୍ଭ ହେବା ପୂର୍ବରୁ ରାଇନା ସ୍ବଦେଶ ଫେରି ଆସିଥିଲେ। ଏହାବାଦ୍‌ ସେ ଅନ୍ତର୍ଜାତୀୟ କ୍ରିକେଟ ଖେଳୁ ନ ଥିବାରୁ ଏବେ ଫିଟ୍‌ ନାହାନ୍ତି। ଆଉ ଉଚ୍ଚ ବେସ୍‌ ପ୍ରାଇସ୍‌ ଯୋଗୁ କୌଣସି ଫ୍ରାଞ୍ଚାଇଜ ତାଙ୍କ ପ୍ରତି ଇଚ୍ଛା ପ୍ରକଟ କରି ନ ଥିଲେ।

“ତୁମର ଫିଟ୍‌ନେସ ନାହିଁ। ଶର୍ଟ ବଲ ପ୍ରତି ଦୁର୍ବଳତା ରହିଛି। କୌଣସି ଅକ୍‌ଶନରେ ତାଙ୍କୁ ୨ କୋଟି ଟଙ୍କାରେ କେହି କିଣିବେ ନାହିଁ। ସେ ଆଇପିଏଲର ଜଣେ କିମ୍ବଦନ୍ତୀ। ପ୍ରଥମ ୮ରୁ ୯ ବର୍ଷ ପର୍ଯ୍ୟନ୍ତ ସେ ସର୍ବାଧିକ ରନ୍‌ ସ୍କୋରର ଥିଲେ। କିନ୍ତୁ ଦୁର୍ଭାଗ୍ୟବଶତଃ ତାଙ୍କ ସମୟ ଶେଷ ହୋଇଛି। ମୁର୍ଖଙ୍କ ଭଳି କାର୍ଯ୍ୟ କଲେ ଏଭଳି ପରିଣାମ ଭୋଗିବାକୁ ପଡ଼େ” ବୋଲି ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର କହିଛନ୍ତି। ଉଲ୍ଲେଖଯୋଗ୍ୟ, ଆଇପିଏଲରେ ସର୍ବାଧିକ ରନ୍‌ ସ୍କୋର କରିବା ତାଲିକାରେ ରାଇନା ଚତୁର୍ଥ ସ୍ଥାନରେ ଅଛନ୍ତି। ସେ ୨୦୫ ମ୍ୟାଚ୍‌ରେ ୫,୫୨୮ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri