ଝାରସୁଗୁଡ଼ାରେ କମିଛି ମାଟ୍ରିକ ପାସ ହାର: ଗତବର୍ଷ ଥିଲା ୮୫.୪୮, ଏବର୍ଷ ରହିଛି…

ଝାରସୁଗୁଡ଼ା ଅଫିସ,୨୯ା୭: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଜିଲାର ୩୮ଟି ପରୀକ୍ଷା କେନ୍ଦ୍ରରେ ୧୧୭ ହାଇସ୍କୁଲର ୬,୪୦୩ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪,୯୪୩ ଜଣ ପାସ୍‌ କରିଛନ୍ତି। ଜିଲାରେ ପାସ୍‌ ହାର ୭୭.୨୦ ପ୍ରତିଶତ ହୋଇଛି। ଯାହା ଗତ ୨୦୧୯ରେ ୮୫.୪୮ ପ୍ରତିଶତ ଥିଲା। ରାଜ୍ୟର ସମସ୍ତ ଜିଲା ତୁଳନାରେ ୨୦୧୯ମସିହାରେ ଝାରସୁଗୁଡ଼ା ଜିଲା ୧ ନମ୍ବରରେ ରହିଥିଲା। ତେବେ ବିଗତ ବର୍ଷର ଫଳାଫଳକୁ ଅନୁଧ୍ୟାନ କଲେ ଜିଲାରେ ଚଳିତ ବର୍ଷ ପାସ ହାର୍‌ କମିଥିବାରୁ ଅଭିଭାବକ ମହଲରେ ଚିନ୍ତାର ବିଷୟ ପାଲଟିଛି। ପ୍ରକାଶିତ ଫଳ ଅନୁସାରେ ଏ-୧ ଗ୍ରେଡ୍‌ରେ ୨ ଜଣ, ଏ-୨ ଗ୍ରେଡ୍‌ରେ ୫୪ଜଣ, ଗ୍ରେଡ ବି-୧ରେ ୧୬୭ ଜଣ, ବି-୨ରେ ୩୩୫ ଜଣ, ସି ଗ୍ରେଡ୍‌ରେ ୬୦୯ ଜଣ, ଡି ଗ୍ରେଡ୍‌ରେ ୧୦୯୮ ଜଣ, ଇ ଗ୍ରେଡ୍‌ରେ ୨୬୭୮ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି।
ଜିଲାର ଦୁଇଜଣ ଛାତ୍ର ଏ-୧ ଗ୍ରେଡ୍‌ ପାଇଥିବା ବେଳେ ଚଳିତ ବ୍ରଜରାଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ର ବିଜୟ କୁମାର ସେନାପତି ୫୪୧ ନମ୍ବର ରଖି ଜିଲା ଟପ୍ପର ହୋଇଛନ୍ତି। ତାଙ୍କ ବାପା ଦାମୋଦର ସେନାପତି ଉକ୍ତ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ବେଳେ ମା’ ଅନ୍ନପୂର୍ଣ୍ଣା ଜଣେ ଗୃହିଣୀ। ସେହିପରି ବିଜୟ ତାଙ୍କର ଏହି ସଫଳତାର ଶ୍ରେୟ ବାପା ମା’ ଓ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଦେଇଛନ୍ତି। ସେ ପ୍ରତିଦିନ ୧୪ରୁ ୧୫ଘଣ୍ଟା ପରିଶ୍ରମ କରୁଥିବା କହିଛନ୍ତି। ସେ ଭବିଷ୍ୟତରେ ବୈଜ୍ଞାନିକ ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି।
ସେହିପରି ଜିଲାରେ ଏ-୧ ଗ୍ରେଡ୍‌ ରଖିଥିବା ଆଉ ଜଣେ ଛାତ୍ର ହେଉଛନ୍ତି ନିକତିମାଲ ହାଇସ୍ପୁଲର ଦିବେଶ ବେହେରା। ସେ ୫୪୦ ମାର୍କ ରଖିଛନ୍ତି। ଦିନକୁ ସେ ୧୪ରୁ ୧୫ ଘଣ୍ଟା ପରିଶ୍ରମ କରୁଥିଲେ। ଭବିଷ୍ୟତରେ ସେ ଭାରତୀୟ ପ୍ରଶାସନିକ ଅଧିକାରୀ ହେବାର ଲକ୍ଷ୍ୟ ରଖିଥିବା କହିଛନ୍ତି। ଦିବେଶଙ୍କ ବାପା କୃଷ୍ଣଚନ୍ଦ୍ର ବେହେରା ଓ ମା’ଙ୍କୁ ହରାଇଥିବା ବେଳେ ଜଣେ ସମ୍ପର୍କୀୟଙ୍କ ଘରେ ରହି ପଢୁଥିଲେ। ସେ ତାଙ୍କର ସଫଳତା ତାଙ୍କ ବାପା ମା’ଙ୍କୁ ଉତ୍ସର୍ଗୀକୃତ କରିଥିବା କହିଛନ୍ତି। ତାଙ୍କ ବାପାଙ୍କ ସ୍ବପ୍ନ ଥିଲା ଯେ ଦିବେଶ ଭାରତୀୟ ପ୍ରଶାସନିକ ଅଧିକାରୀ ହେବେ। ଏଣୁ ବାପାଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଅଧିକ ପରିଶ୍ରମ କରିବେ ବୋଲି ଦିବେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?