ଶୀଘ୍ର କାର୍ଯ୍ୟକ୍ଷମ ହେବ ମେଗା ପାଇପ୍‌ ଜଳ ପ୍ରକଳ୍ପ

ଅନୁଗୋଳ,(ଅମିତ କୁମାର ସାମଲ)/ କଣିହଁା, (ସଚିଦାନନ୍ଦ ପ୍ରଧାନ), ପାଲଲହଡ଼ା, (ଦିବ୍ୟଜ୍ୟୋତି ଦାଶ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/
ବଇଣ୍ଡା (ପରିକ୍ଷିତ ସାହୁ), ୧୨।୭

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ୫-ଟି ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ ମଙ୍ଗଳବାର ତାଙ୍କ ଗସ୍ତ ଶେଷ କରିଛନ୍ତି। ତେବେ ଦ୍ୱିତୀୟ ଦିନରେ ୫-ଟି ସଚିବ ଅନୁଗୋଳ, ପବିତ୍ରନଗର, ପାଲଲହଡ଼ା, ଆଠମଲ୍ଲିକ ଓ କିଶୋରନଗର ଗସ୍ତ କରି ବିଭିନ୍ନ ସ୍ଥାନରେ ଜନସଭାକୁ ସମ୍ବୋଧିତ କରିଥିଲେ। ମନ୍ଦିର ବୁଲି ଦେବଦେବୀଙ୍କ ଦର୍ଶନ କରିଥିଲେ। ଜନସାଧାରଣ, ସ୍ବୟଂ ସହାୟକ ଗୋଷ୍ଠୀ ଓ ଅନ୍ୟମାନଙ୍କଠାରୁ ଦାବିପତ୍ର ଗ୍ରହଣ କରିଥିଲେ। ଏଥିସହ ଚଳିତବର୍ଷ ଶେଷ ସୁଦ୍ଧା ପାଲଲହଡ଼ା ଏବଂ ଅଗଷ୍ଟ ୨୦୨୪ ସୁଦ୍ଧା ଆଠମଲ୍ଲିକ ଓ କିଶୋଗରନଗର ମେଗା ପାଇପ୍‌ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ବୋଲି କହିଥିଲେ। ଅନୁଗୋଳ ସହରରେ ହୋଇଥିବା ମିଶନ ଶକ୍ତି କାଫେରେ ଜଳଖିଆ କରିବା ସହ ମିଶନ ଶକ୍ତି କମିଶନର କମ୍‌ ସେକ୍ରେଟେରି ସୁଜାତା ପାଣ୍ଡିଆନ୍‌ଙ୍କୁ ଭିଡିଓ କଲ୍‌ କରି ମହିଳାମାନଙ୍କ ସହିତ କଥା କରାଇଥିଲେ।
ଅନୁଗୋଳ ଗସ୍ତର ଦ୍ୱିତୀୟ ଦିନରେ ୫-ଟି ସଚିବ ପ୍ରଥମେ ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଦର୍ଶନ କରିବା ସହ ମନ୍ଦିର କମିଟି ଓ ପୁରୋହିତଙ୍କ ସହିତ ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ। ପରେ ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରିଥିଲେ। ମନ୍ଦିରର ବିକାଶ ନେଇ ମନ୍ଦିର କମିଟି, ପୁରୋହିତ ଏବଂ ଜନସାଧାରଣଙ୍କ ସହ କଥା ହୋଇଥିଲେ। ପରେ ଖଲାରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ସେଠାରେ ସଚିବ ଛାତ୍ରମାନଙ୍କ ସହିତ ବାସ୍କେଟ୍‌ ବଲ୍‌ ଖେଳିଥିଲେ। ଅନୁଗୋଳ ଗସ୍ତ ସାରି ୫-ଟି ସଚିବ କଣିହାଁ ବ୍ଲକ ପବିତ୍ରନଗର ମିନି ଷ୍ଟାଡିୟମରେ ପହଞ୍ଚି ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରିଥିଲେ। ମିଶନ ଶକ୍ତି ମହିଳାମାନଙ୍କୁ ସରକାରଙ୍କ ଯୋଜନା ବିଷୟରେ ଅବଗତ କରାଇଥିଲେ। ଏହାପରେ ପାଲଲହଡା ଉପଖଣ୍ଡ ଷ୍ଟାଡିୟମରେ ପହଞ୍ଚି ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଜିଲାର ଏହି ଉପାନ୍ତ ଅଞ୍ଚଳରେ ଥିବା ମିଶନ ଶକ୍ତି ମା’ମାନଙ୍କୁ ଋଣ ପ୍ରଦାନ ଦିଗରେ ଅଧିକ କାର୍ଯ୍ୟ କରିବାକୁ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ। ମଧ୍ୟାହ୍ନରେ ଆଠମଲ୍ଲିକରେ ପହଞ୍ଚି ମା’ ମାହେଶ୍ୱରୀ ମନ୍ଦିରକୁ ଯାଇ ଦର୍ଶନ କରିଥିଲେ। ମନ୍ଦିରର ବିଭିନ୍ନ ଅଭାବ ଅସୁବିଧା ସମ୍ପର୍କରେ ଦାବିପତ୍ର ଗ୍ରହଣ କରିଥିଲେ। ଆଠମଲ୍ଲିକରୁ ନିଜ ଚାକିରି ଜୀବନ ଆରମ୍ଭ କରିଥିବାରୁ ଖୁସିବ୍ୟକ୍ତ କରିବା ସହିତ ୨୦୦୧ରେ ମହାନଦୀ ବନ୍ୟା ସମ୍ପର୍କରେ ଅବତାରଣା କରିଥିଲେ। ଶେଷରେ କିଶୋରନଗର ବରପଡ଼ିଆରେ ପହଞ୍ଚି ଉପସ୍ଥିତ ଜନସାଧାରଣ, ମହିଳା ଗ୍ରୁପ୍‌ ସଦସ୍ୟ, ଅଲେଖ ମହିମା ସନ୍ନ୍ୟାସୀଙ୍କ ଠାରୁ ଅଭିଯୋଗପତ୍ର ଗ୍ରହଣ କରିଥିଲେ। ଏହି ଅଞ୍ଚଳରେ ଥିବା ମନ୍ଦିର, ମଠଗୁଡିକର ବିକାଶ ହେବ। ସରକାରଙ୍କ ପକ୍ଷରୁ ଯେଉଁ ଅର୍ଥ ଆସିବ, ସେଥିରେ ସ୍ବଚ୍ଛତାର ସହ କାମ କରାଗଲେ ଓଡ଼ିଶା ଆଗକୁ ବଢ଼ିବ ବୋଲି ୫-ଟି ସଚିବ କହିଥିଲେ। ୫-ଟି ସଚିବଙ୍କ ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିନିଲ କ୍ରିଷ୍ଣା, ଡିଆଇଜି ବ୍ରିଜେଶ ରାୟ, ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍‌ପି ସୁଧାଂଶୁ ଶେଖର ମିଶ୍ର, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?