ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୫୯ ହଜାର ୫୨୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୦ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୮୩, ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୬୬, ଭଦ୍ରକରୁ ୧୭୯, ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୫୯, କଟକରୁ ୨୩୦, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୫୪, ଗଜପତିରୁ ୫୮, ଗଞ୍ଜାମରୁ ୩୬, ଜଗତ୍‌ସିଂହପୁରରୁ ୧୨୯, ଯାଜପୁରରୁ ୩୯୧, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୫୪, କନ୍ଧମାଳରୁ ୫୫, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୮୯ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୬୩, ମାଲକାନଗିରିରୁ ୭୨, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୮୩ , ନୟାଗଡ଼ରୁ ୯୭, ନୂଆପଡ଼ାରୁ ୨୮, ପୁରୀରୁ ୧୪୧, ରାୟଗଡ଼ାରୁ ୪୫, ସମ୍ବଲପୁରରୁ ୩୮ ସୁବର୍ଣ୍ଣପୁରରୁ ୨୫ ଓ ସୁନ୍ଦରଗଡ଼ରୁ ୪୮ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୭୬ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri