ଓଡ଼ିଶୀ ସଙ୍ଗୀତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଉତ୍କର୍ଷ’ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ଓଡ଼ିଶୀ ସଙ୍ଗୀତ ଓଡ଼ିଶାର ପରିଚୟ। ଶ୍ରୀଜଗନ୍ନାଥ ମନ୍ଦିର ସେବାରେ ମଧ୍ୟ ଓଡ଼ିଶୀ ସଙ୍ଗୀତର ବିଶେଷ ଯୋଗଦାନ ରହିଛି। ଓଡ଼ିଶାର ଏହି ଉତ୍କୃଷ୍ଟ କଳାର ବିକାଶ ତଥା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକ ପ୍ରଚାର ପ୍ରସାର ପାଇଁ ସ୍ବତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଉତ୍କର୍ଷ’ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସହଯୋଗରେ ଗବେଷଣା କେନ୍ଦ୍ରର ଉତ୍କଳ ରଙ୍ଗମଞ୍ଚରେ ଉଦ୍‌ଘାଟନୀ ଉତ୍ସବର ଆୟୋଜନ କରାଯାଇଥିଲା। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, କମିଶନର ତଥା ଶାସନ ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇ, ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଭାପତି ଅରୁଣା ମହାନ୍ତି, ସଚିବ ପ୍ରବୋଧ ରଥ ଓ ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ଡ. ସଙ୍ଗୀତା ଗୋସାଇଁ ଉପସ୍ଥିତ ଥିଲେ।
‘ଉତ୍କର୍ଷ’ରେ ଓଡ଼ିଶୀ ଗାୟନ ଓ ବାଦନ କ୍ଷେତ୍ରରେ ୬ଜଣ ପ୍ରତିଷ୍ଠିତ ଗୁରୁ ନିଜର ସର୍ବୋତ୍ତମ ୩ଜଣ ଲେଖାଏ ଶିଷ୍ୟାଶିଷ୍ୟଙ୍କୁ ଚୟନ କରିବେ। ଆସନ୍ତା ମାର୍ଚ୍ଚ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରଶିକ୍ଷଣ ଦେଇ ଜାତୀୟ ସ୍ତରରେ ପରିବେଷଣ ପାଇଁ ଦକ୍ଷ କରିବେ। ପ୍ରତି ୩ମାସରେ ଥରେ ପ୍ରଶିକ୍ଷିତ ଶିଳ୍ପୀମାନେ ବିଶେଷଜ୍ଞଙ୍କ ସମ୍ମୁଖରେ କଳା ପରିବେଷଣ କରିବେ। ପ୍ରଥମ ପର୍ଯ୍ୟାୟରେ ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା, ଗୁରୁ ରାମହରି ଦାସ, ଗୁରୁ କେଶବ ଚନ୍ଦ୍ର ରାଉତ, ଗୁରୁ ବିଜୟ କୁମାର ଜେନା, ଗୁରୁ ଧନେଶ୍ୱର ସ୍ବାଇଁ ଓ ଗୁରୁ ସଚ୍ଚିଦାନନ୍ଦ ଦାସଙ୍କୁ ଏହି ଗୁରୁଦାୟିତ୍ୱ ଅର୍ପଣ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri