ମିଳିଲେ ସାଇ, ରେଜଲ୍ଟ ଚିନ୍ତାରେ ପୁରୀ ପଳାଇଥିଲେ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡ଼ା ଜେଲ ରୋଡ୍‌ରେ ରହୁଥିବା ଛାତ୍ର ସାଇପ୍ରସାଦ ପଣ୍ଡା ନିଖୋଜ ହେବାର ୨ଦିନ ପରେ ଶୁକ୍ରବାର ମିଳିଛନ୍ତି। ସେ ବଡ଼ଗଡ଼ ଅଞ୍ଚଳରେ ରହୁଥିବା ଜଣେ କିନ୍ନରଙ୍କ ପାଖରେ ଥିବାବେଳେ ପରିବାର ଲୋକ ତାଙ୍କୁ ସେଠାରୁ ଘରକୁ ଆଣିଛନ୍ତି। ମାଟ୍ରିକ ପରୀକ୍ଷା ଫଳାଫଳ ପାଇଁ ଚିନ୍ତାରେ ଥିବାରୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ସାଇ ପୁରୀ ଚାଲିଯାଇଥିଲେ ବୋଲି ବାପା ଅରୁପ କହିଛନ୍ତି। ତାଙ୍କ କହିବା ଅନୁଯାୟୀ, ବୁଧବାର ସାଇ ୟେଷା ଇନ୍‌ଷ୍ଟିଚ୍ୟୁଟ୍‌ରେ କୋଚିଂ ସାରି ସାଇକେଲରେ ଏକା ପୁରୀ ପଳାଇଥିଲେ। ଗୁରୁବାର ଜଗନ୍ନାଥଙ୍କ ଦର୍ଶନ କରି ଘରକୁ ଫେରିଥିଲେ। ହେଲେ ରାତି ପ୍ରାୟ ୧୧ଟାରେ ପୁରୀ ବାଇପାସ୍‌ ପାଖରେ ସାଇ କାନ୍ଦୁଥିବାବେଳେ ଜଣେ କିନ୍ନର ତାଙ୍କୁ ବୁଝାଇ ଘରକୁ ନେଇଯାଇଥିଲେ। ପରେ ସେ ପରିବାର ଲୋକକୁ ଫୋନ୍‌ କରି ଘଟଣା ସଂକ୍ରାନ୍ତରେ ଖବର ଦେଇଥିଲେ ବୋଲି ବାପା ଅରୁପ କହିଛନ୍ତି।
ସୂଚନାଯୋଗ୍ୟ, ସାଇ ରସୁଲଗଡ଼ ସବରସାହିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ। ପରେ କୋଚିଂ ନେଉଥିଲେ। ବୁଧବାର ଅପରାହ୍ନ ପ୍ରାୟ ୩ଟା ୩୦ରେ ଉକ୍ତ କୋଚିଂ ସେଣ୍ଟରକୁ ଯାଇ ଘରକୁ ନ ଫେରିବାରୁ ପରିବାର ଲୋକ ଚିନ୍ତାରେ ପଡ଼ିଥିଲେ। ଏନେଇ ଶହୀଦନଗର ଥାନାରେ ଏତଲା ପରେ ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ଖୋଜାଖୋଜି କରିଥିଲା। ଇତିମଧ୍ୟରେ ବୁଧବାର ମାଟ୍ରିକ ପରୀକ୍ଷା ଫଳ ବାହାରିଥିଲା। ସେ ୭୦ ପ୍ରତିଶତରୁ ଊର୍ଦ୍ଧ୍ୱ ମାର୍କ ରଖିଥିଲେ ମଧ୍ୟ ପରିବାରରେ ଖୁସି ନ ଥିଲା। ଏବେ ସାଇଙ୍କୁ ପାଇ ମା’ବାପା ଆଶ୍ୱସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri