ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌

କେନ୍ଦୁଝର,୧୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଏକ ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୩ ବର୍ଷୀୟ ଯୁବକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ ନିମନ୍ତେ ସୁପାରିସ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ ଫୁଲଘର ମହୁଲପଡ଼ା ଗ୍ରାମର ୨୩ ବର୍ଷୀୟ ଯାତ୍ରା ଦେହୁରୀ କେନ୍ଦୁଝର ହୁଡ୍‌କୋ କଲୋନୀରେ ରହି ଇଲେକ୍ଟ୍ରିସିଆନ ଭାବେ କାର୍ଯ୍ୟ କରି ଆସୁଥିଲେ। ଗତ ୨୦୨୨ ଡିସେମ୍ବର ୨୨ ପୂର୍ବାହ୍ନ ୧୦ଟାରେ ଘର ଲୋକ କେହି ନ ଥିବା ସୁଯୋଗରେ ପୀଡ଼ିତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଘରୁ ଅପହରଣ କରି ନେଇଥିଲେ । ପୀଡ଼ିତାଙ୍କ ମାଆ-ବାପା ଘରେ ପହଞ୍ଚିବା ପରେ ଝିଅକୁ ନ ପାଇ ତା- ୨୯.୧୨.୨୦୨୨ ରିଖରେ ଟାଉନ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଯାହା କେସ୍‌ ନଂ ୫୨୭/୨୯ରେ ରେଜେଷ୍ଟ୍ରି ହୋଇଥିଲା ଏବଂ ପୋଲିସ ତା ୧.୧.୨୦୨୩ରେ କେନ୍ଦୁଝର ବସ୍‌ଷ୍ଟାଣ୍ଡ ନିକଟରୁ ପୀଡ଼ିତାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି ପୀଡ଼ିିତାଙ୍କ ବୟାନ ନେବା ପରେ ଏହା ଏକ ବଳାତ୍କାର ମାମଲା ବୋଲି ଜଣାପଡ଼ିଥିଲା। ତେଣୁ ପୋଲିସ ଆସାମୀଙ୍କୁ ଦଫା ୩୬୩/୩୬୬/୩୭୬(୩) ଆଇପିସି ଏବଂ ୬ ପୋକ୍ସୋ ଧାରା ରୁଜୁ କରି କୋର୍ଟ ଚାଲାଣ କରିଥିଲା। ଶନିବାର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ୧୧ ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଆସାମୀଙ୍କୁ ଉପରୋକ୍ତ ରାୟ ଶୁଣାଇଛନ୍ତି ବୋଲି କେସ୍‌ ପରିଚାଳନା କରୁଥିବା ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ର ନାଥ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri