ଘରେ ଛାଡ଼ି ଦେବା ନାଁରେ ନାବାଳିକାଙ୍କୁ କରିଥିଲେ ବଳାତ୍କାର, ଏବେ ଭୋଗିବେ ୮ ବର୍ଷ ଜେଲ୍‌ଦଣ୍ଡ

ସୁନ୍ଦରଗଡ଼,୧୫ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତର ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର ସୂତ୍ରଧର ଗତ ୨୦୧୬ରେ ଘଟିଥିବା ଏକ ନାବାଳିକା ବଳାତ୍କାର ମାମଲାର ଶନିବାର ଶୁଣାଣି କରି ବଣାଇ ବାଉଁରକେଲା ଗ୍ରାମର ଅଭିଯୁକ୍ତ ଅଲେଖ ପାତ୍ର(୩୬)ଙ୍କୁ ୮ ବର୍ଷ ସଶ୍ରମ ଜେଲ୍‌ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ହଜାର ଟଙ୍କା ଜରିମାନା ଆଦେଶ ସହ ଜରିମାନା ଅନାଦେୟ ଅଧିକ ୩ ବର୍ଷ ଜେଲଦଣ୍ଡ ପାଇଁ ଅଦାଲତ ତାଙ୍କ ରାୟରେ ଆଦେଶ ଦେଇଛନ୍ତି।

ମାମଲାର ରାୟର ବିବରଣୀରୁ ପ୍ରକାଶ ଯେ, ପୀଡ଼ିତା ନାବାଳିକାଙ୍କ ବାପା ଜଣେ ଗୁପଚୁପ୍‌ ବିକାଳି। ଘଟଣା ଦିନ ଅର୍ଥାତ ଗତ ୨୦୧୬ ଜୁଲାଇ୧୪ ତାରିଖ ସନ୍ଧ୍ୟାରେ ବର୍ଷା ହେଉଥିବାରୁ ଗୁପ୍‌ଚୁପ୍‌ ବିକ୍ରି କରୁଥିବା
ବାପା ୮ବର୍ଷର ଝିଅକୁ ଛତାରେ ଘରେ ଛାଡ଼ି ଦେବାକୁ ଅଭିଯୁକ୍ତ ଅଲେଖଙ୍କୁ କହିଥିଲେ। ହେଲେ ଅଭିଯୁକ୍ତ ଅଲେଖ ନାବାଳିକାଙ୍କୁ ଘରକୁ ନେବା ବଦଳରେ ଗ୍ରାମ ସ୍କୁଲ ଘରକୁ ନେଇ ବଳାତ୍କାର କରିଥିଲେ। ଏହାପରେ ପରିବାର ଲୋକେ ଝିଅକୁ ଖୋଜାଖୋଜି କରି ପରେ ସ୍କୁଲ ଘରୁ ଉଦ୍ଧାର କରିଥିଲେ। ଏ ସମ୍ପର୍କରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ବଣାଇ ଥାନାରେ ରିପୋର୍ଟ କରି ଥିଲେ। ରିପୋର୍ଟ ପରେ ପୋଲିସ ଏକ ନାବାଳିକା ବଳାତ୍କାର ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୀଡ଼ିତାଙ୍କୁ ୫ଲକ୍ଷ ଟଙ୍କା ସରକାରୀ ସହାୟତା ରାଶି ଯୋଗାଇ ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ଅଦାଲତ ତାଙ୍କ ରାୟରେ ଆଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ପୋକ୍ସୋ ଅଦାଲତର ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଦେବାଶିଷ ମିଶ୍ର ଏହି ମାମଲାଟିର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

ଇରାନ-ଆମେରିକା ମଧ୍ୟରେ ହୋଇଗଲା ଡିଲ? କାମ ଦେଲା କି ପାକିସ୍ତାନର ମଧ୍ୟସ୍ଥତା?

ତେହରାନ୍‌,୩୦।୩: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ଯୋଗୁ, ହର୍ମୁଜ ପ୍ରଣାଳୀ ବନ୍ଦ ରହିଛି, ଯାହା ସିଧାସଳଖ ସାମୁଦ୍ରିକ ଯାତାୟାତକୁ ପ୍ରଭାବିତ କରୁଛି। ଏହି ପରିସ୍ଥିତି ମଧ୍ୟରେ,…

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ଦଳର ବରିଷ୍ଠ ନେତା କରୁଛନ୍ତି ଘନଘନ ବୈଠକ

ପାଟ୍‌ନା,୩୦ା୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ବିଧାନସଭା ପରିଷଦରୁ ଇସ୍ତଫା ଦେବାର ସମ୍ଭାବନାକୁ ନେଇ ସୋମବାର ରାଜନୈତିକ ବାତାବରଣ ବେଶ୍‌ ସରଗରମ ରହିଛି। ଦଳର ବରିଷ୍ଠ…

ଟ୍ରମ୍ପଙ୍କ ମନ୍ତବ୍ୟ ପରେ, ନୂଆ ବୟାନ ଜାରି କଲେ ମୋଜତାବା ଖାମେନେଇ; ଜାଣନ୍ତୁ ସେ କାହାକୁ ଦେଲେ ଧନ୍ୟବାଦ

ତେହରାନ୍‌,୩୦।୩: ଏକ ଲିଖିତ ବାର୍ତ୍ତାରେ, ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ, ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧରେ ସମର୍ଥନ ପାଇଁ ଇରାକର ଜନସାଧାରଣଙ୍କ ପ୍ରତି…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri