ଘରେ ଛାଡ଼ି ଦେବା ନାଁରେ ନାବାଳିକାଙ୍କୁ କରିଥିଲେ ବଳାତ୍କାର, ଏବେ ଭୋଗିବେ ୮ ବର୍ଷ ଜେଲ୍‌ଦଣ୍ଡ

ସୁନ୍ଦରଗଡ଼,୧୫ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତର ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର ସୂତ୍ରଧର ଗତ ୨୦୧୬ରେ ଘଟିଥିବା ଏକ ନାବାଳିକା ବଳାତ୍କାର ମାମଲାର ଶନିବାର ଶୁଣାଣି କରି ବଣାଇ ବାଉଁରକେଲା ଗ୍ରାମର ଅଭିଯୁକ୍ତ ଅଲେଖ ପାତ୍ର(୩୬)ଙ୍କୁ ୮ ବର୍ଷ ସଶ୍ରମ ଜେଲ୍‌ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ହଜାର ଟଙ୍କା ଜରିମାନା ଆଦେଶ ସହ ଜରିମାନା ଅନାଦେୟ ଅଧିକ ୩ ବର୍ଷ ଜେଲଦଣ୍ଡ ପାଇଁ ଅଦାଲତ ତାଙ୍କ ରାୟରେ ଆଦେଶ ଦେଇଛନ୍ତି।

ମାମଲାର ରାୟର ବିବରଣୀରୁ ପ୍ରକାଶ ଯେ, ପୀଡ଼ିତା ନାବାଳିକାଙ୍କ ବାପା ଜଣେ ଗୁପଚୁପ୍‌ ବିକାଳି। ଘଟଣା ଦିନ ଅର୍ଥାତ ଗତ ୨୦୧୬ ଜୁଲାଇ୧୪ ତାରିଖ ସନ୍ଧ୍ୟାରେ ବର୍ଷା ହେଉଥିବାରୁ ଗୁପ୍‌ଚୁପ୍‌ ବିକ୍ରି କରୁଥିବା
ବାପା ୮ବର୍ଷର ଝିଅକୁ ଛତାରେ ଘରେ ଛାଡ଼ି ଦେବାକୁ ଅଭିଯୁକ୍ତ ଅଲେଖଙ୍କୁ କହିଥିଲେ। ହେଲେ ଅଭିଯୁକ୍ତ ଅଲେଖ ନାବାଳିକାଙ୍କୁ ଘରକୁ ନେବା ବଦଳରେ ଗ୍ରାମ ସ୍କୁଲ ଘରକୁ ନେଇ ବଳାତ୍କାର କରିଥିଲେ। ଏହାପରେ ପରିବାର ଲୋକେ ଝିଅକୁ ଖୋଜାଖୋଜି କରି ପରେ ସ୍କୁଲ ଘରୁ ଉଦ୍ଧାର କରିଥିଲେ। ଏ ସମ୍ପର୍କରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ବଣାଇ ଥାନାରେ ରିପୋର୍ଟ କରି ଥିଲେ। ରିପୋର୍ଟ ପରେ ପୋଲିସ ଏକ ନାବାଳିକା ବଳାତ୍କାର ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୀଡ଼ିତାଙ୍କୁ ୫ଲକ୍ଷ ଟଙ୍କା ସରକାରୀ ସହାୟତା ରାଶି ଯୋଗାଇ ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ଅଦାଲତ ତାଙ୍କ ରାୟରେ ଆଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ପୋକ୍ସୋ ଅଦାଲତର ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଦେବାଶିଷ ମିଶ୍ର ଏହି ମାମଲାଟିର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri