କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଟ୍ରମା ସେଣ୍ଟର ସ୍ଥାପନ କରାଯିବାର ବ୍ୟବସ୍ଥା ରହିଛି। ଏହି ଯୋଜନା ଅନୁସାରେ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିହ୍ନଟ କରାଯାଇଥିବା ସହ ଜଣେ ନୋଡାଲ ଅଧିକାରୀଙ୍କୁ ମଧ୍ୟ ନିଯୁକ୍ତ କରାଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ଟ୍ରମା ସେଣ୍ଟର କାର୍ଯ୍ୟକ୍ଷମ ହୋଇପାରିନାହିଁ।

ନିୟମ ଅନୁଯାୟୀ, ଦୁର୍ଘଟଣାଜନିତ ରୋଗୀଙ୍କ ଚିକିତ୍ସା ଟ୍ରମା ସେଣ୍ଟରରେ ହେବା କଥା। ମାତ୍ର ଗୁରୁତର ରୋଗୀମାନଙ୍କୁ ଭବାନୀପାଟଣାକୁ ରେଫର କରାଯାଉଛି। ସେଠାରୁ ଅଧିକ ଉନ୍ନତ ଚିକିତ୍ସା ପାଇଁ ବୁର୍ଲା କିମ୍ବା କଟକ ପଠାଯାଉଥିବା ବେଳେ ଅନେକ ସମୟରେ ରୋଗୀ ବାଟରେ ମୃତ୍ୟୁବରଣ କରୁଛନ୍ତି। ତେଣୁ ଦୁର୍ଘଟଣାଜନିତ ରୋଗୀଙ୍କୁ ନିର୍ଦ୍ଦିଷ୍ଟ ଟ୍ରମା ସେଣ୍ଟରରେ ଚିକିତ୍ସା କରାଗଲେ ଅନେକ ଜୀବନ ରକ୍ଷା ପାଇପାରିବ ବୋଲି ମତ ପ୍ରକାଶ ପାଉଛି।

ଚଳିତ ବର୍ଷ ଜାନୁଆରୀ ୨୬ ତାରିଖରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ୧୫୪ ଜଣ ଆହତଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧୀକ୍ଷକ ଓ କର୍ମଚାରୀଙ୍କ ଅକ୍ଲାନ୍ତ ପରିଶ୍ରମ ଫଳରେ ଚିକିତ୍ସା ଯୋଗାଇ ଜୀବନ ରକ୍ଷା କରାଯାଇଥିଲା। ସେହିପରି ଫେବୃଆରୀରେ ୧୨୮ ଜଣ, ମାର୍ଚ୍ଚରେ ୧୧୨ ଜଣ, ଏପ୍ରିଲରେ ୧୧୦୪ ଜଣ ଏବଂ ମେ ମାସରେ ୧୧୯ ଜଣ ଦୁର୍ଘଟଣାଜନିତ ରୋଗୀଙ୍କୁ ଚିକିତ୍ସା ଯୋଗାଇ ଦିଆଯାଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି।ଏହି ଟ୍ରମା ସେଣ୍ଟରକୁ ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ଜନସାଧାରଣଙ୍କ ମଧ୍ୟରେ ଦାବି ଜୋର ଧରିଛି।

ସେହିପରି ‘ଆମ ହସ୍ପିଟାଲ’ ଯୋଜନାରେ ଗତ ଦୁଇ ବର୍ଷ ହେଲାଣି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମରାମତି, ବହିର୍ବିଭାଗ ଓ ଅନ୍ତଃବିଭାଗର ବିଭିନ୍ନ କୋଠରୀର ଉନ୍ନୟନ କାର୍ଯ୍ୟ ଅପେକ୍ଷାରତ ରହିଛି। ପ୍ରାୟ ୫୦ ବର୍ଷ ଧରି ବିଦ୍ୟୁତ ତାର ବଦଳାଯାଇ ନ ଥିବାରୁ ବାରମ୍ବାର ସର୍ଟ ସର୍କିଟ ହୋଇ ତାରଗୁଡ଼ିକ ପୋଡ଼ି ନଷ୍ଟ ହେଉଛି। ଅନେକ ସ୍ଥାନରେ ଲାଗିଥିବା ସିସିଟିଭି କ୍ୟାମେରା ମଧ୍ୟ ଅଚଳ ହୋଇ ପଡ଼ିଛି।

ଏହି ସମସ୍ୟାଗୁଡ଼ିକ ସମ୍ପର୍କରେ ଜି.ଡି. ବିଭାଗକୁ ବହୁବାର ଚିଠି ଲେଖାଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ରାଜ୍ୟ ସରକାର ୪ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ବେଳେ ଦୁଇ ବର୍ଷ ବିତିଯାଇଥିଲେ ମଧ୍ୟ ଜିଲା ସିଡିଏମ୍ ଓ ପିଏଚ୍‌ଓ କାର୍ଯ୍ୟାଳୟ ପକ୍ଷରୁ ଟେଣ୍ଡର ଡକାଯାଇ ନ ଥିବାରୁ କାର୍ଯ୍ୟ ଆରମ୍ଭ ହୋଇପାରୁନାହିଁ।

ହସ୍ପିଟାଲରେ ୧୫ ଜଣ ଡାକ୍ତର ରହିବାର ବ୍ୟବସ୍ଥା ଥିଲେ ମଧ୍ୟ ବର୍ତ୍ତମାନ ମାତ୍ର ୪ ଜଣ ଡାକ୍ତର କାର୍ଯ୍ୟରତ ଅଛନ୍ତି। ସେଥିମଧ୍ୟରୁ ଜଣଙ୍କୁ ଡେପୁଟେସନରେ ପଠାଯାଇଛି। ଫଳରେ କେବଳ ୩ ଜଣ ଏମ୍‌ବିବିଏସ୍ ଡାକ୍ତର ରୋଗୀ ସେବାରେ ନିୟୋଜିତ ଅଛନ୍ତି। ଏହାସହ ଜଣେ ସ୍ତ୍ରୀରୋଗ ବିଶେଷଜ୍ଞ, ଜଣେ ଶିଶୁରୋଗ ବିଶେଷଜ୍ଞ ଏବଂ ଜଣେ ଦନ୍ତ ଚିକିତ୍ସକ କାର୍ଯ୍ୟରତ ଅଛନ୍ତି। ୧୨ ଜଣ ଷ୍ଟାଫ୍ ନର୍ସ ମଧ୍ୟ ସେବା ଯୋଗାଉଛନ୍ତି।

ଏତେ କମ୍ ଡାକ୍ତର ଥିଲେ ମଧ୍ୟ ଅଧୀକ୍ଷକ ଓ ଡାକ୍ତରମାନଙ୍କ ମିଳିତ ଉଦ୍ୟମରେ ୨୦୨୫-୨୬ ଆର୍ଥିକ ବର୍ଷରେ ପ୍ରାୟ ୭୦ ହଜାର ରୋଗୀଙ୍କୁ ଚିକିତ୍ସା ଯୋଗାଇ ରୋଗୀ ସେବାରେ ଅଗ୍ରଣୀ ଭୂମିକା ନିଭାଯାଉଛି। ସେହିପରି ଏହି ସମୟ ମଧ୍ୟରେ ପ୍ରାୟ ୬,୯୮୦ ଜଣ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କୁ ଚିକିତ୍ସା ସେବା ପ୍ରଦାନ କରାଯାଇଛି। ପ୍ରତି ମାସରେ ପ୍ରାୟ ୭୦୦ରୁ ୮୦୦ ଜଣ ଗର୍ଭବତୀ ମହିଳାଙ୍କୁ ଚିକିତ୍ସା କରାଯାଉଛି। ଏହାସହ ୨୦୨୫-୨୬ ଆର୍ଥିକ ବର୍ଷରେ ପ୍ରାୟ ୧,୫୦୦ ଜଣ ଗୁରୁତର ରୋଗୀଙ୍କୁ ଭବାନୀପାଟଣାକୁ ସ୍ଥାନାନ୍ତରିତ କରାଯାଇଛି।

ଏ ସମ୍ପର୍କରେ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧୀକ୍ଷକ ଡା. ରବୀନ୍ଦ୍ରନାଥ ଖଟୁଆଙ୍କୁ ପଚାରିବାରୁ ସେ କହିଥିଲେ ଯେ, ହସ୍ପିଟାଲର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ବାରମ୍ବାର ଚିଠି ଲେଖାଯାଉଛି। କିନ୍ତୁ କାର୍ଯ୍ୟାନ୍ୱୟନ ହେଉନଥିବାରୁ ବିଭିନ୍ନ ସମସ୍ୟା ରହିଛି। ତଥାପି ଆବଶ୍ୟକତା ଅନୁଯାୟୀ ଡାକ୍ତର ନଥିଲେ ମଧ୍ୟ ହସ୍ପିଟାଲ ପକ୍ଷରୁ ରୋଗୀ ସେବା ନିରନ୍ତର ଭାବେ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?