ପାଇଥିବା ସୁନା ଅଳଙ୍କାର, ୩ ଲକ୍ଷ ଟଙ୍କା ଫେରାଇଲେ

ଧାମନଗର, ୨୧।୪ (ସ୍ବ.ପ୍ର.): ବାଟରୁ ପାଇଥିବା ସୁନା ରୁପା ଅଳଙ୍କାର ଓ ୩ ଲକ୍ଷ ଟଙ୍କା ଫେରାଇ ମହାନତା ଦେଖାଇଛନ୍ତି ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ପାହାଡ଼ପୁର ଅଞ୍ଚଳର ଯୁବ ଖବରଦାତା ସରୋଜ କୁମାର ଖୁଣ୍ଟିଆ। ସରୋଜ ଗତ ୧୫ ତାରିଖରେ ବାଇକ୍‌ରେ ଭୁବନେଶ୍ୱର ଯାଉଥିଲେ। ଯାଜପୁର ଜିଲାର ଛତିଆ ପରେ ୧୬ ନଂ. ଜାତୀୟ ରାଜପଥ ପାଶର୍‌ବ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଗୋଟିଏ କଳା ବ୍ୟାଗ୍‌ ରାସ୍ତା ଉପରେ ପଡ଼ିଥିବା ଦେଖି ଉଠାଇ ନେଇଥିଲେ। କଟକ ସିଡିଏ ୧୧ସ୍ଥିତ ତାଙ୍କ ବାସଭବନରେ ବ୍ୟାଗ୍‌କୁ ଖୋଲି ସେଥିରେ ଥିବା ଅଳଙ୍କାର ଓ କାଗଜପତ୍ରର ଫଟୋ ଉଠାଇ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ସୋସିଆଲ ମିଡିଆରେ ବହୁଳ ପ୍ରସାର ପରେ ବ୍ୟାଗ୍‌ ହଜାଇଥିବା ଦମ୍ପତି ଯାଜପୁର ଜିଲା ଦଶରଥପୁର ବ୍ଲକ ଅଳକୁଣ୍ଡ ନିକଟ ନୂଆଗଁାର ଗେଲୁ ପଲେଇ ଓ କେଳୁ ପଲେଇ ତାଙ୍କ ସହ ଯୋଗାଯୋଗ କରିଥିଲେ। କେଳୁ ଭୁବନେଶ୍ୱରରୁ ନିଜ ଘରକୁ ଫେରୁଥିବା ବେଳେ ଛତିଆ ପରେ ପରେ ତାଙ୍କ ବ୍ୟାଗ୍‌ ଖସିପଡ଼ିଥିଲା। ସରୋଜଙ୍କ ସହ ଯୋଗାଯୋଗ କରି ଗୁରୁବାର ଏହି ଦମ୍ପତି କର୍ମକ୍ଷେତ୍ର ଭୁବନେଶ୍ୱରରୁ ଆସି କଟକ ସିଡିଏ କଲୋନୀରେ ପହଞ୍ଚତ୍ ନିଜର ପ୍ରମାଣପତ୍ର ଦେଖାଇ ସୁନା ଚୁଡ଼ି, ଦେଢ଼ଶହ ଗ୍ରାମର ରୁପା, ଟଙ୍କା ଓ କାଗଜପତ୍ର ସରୋଜଙ୍କଠାରୁ ନେଇଛନ୍ତି। ଏଥିପାଇଁ ସେମାନେ ସରୋଜଙ୍କୁ କୃତଜ୍ଞତା ଜଣାଇଥିଲେ। ସରୋଜଙ୍କ ମହାନତା ଓ ମାନବିକତା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?