ରାସ୍ତା ଅଧାପନ୍ତରିଆ, ଠିକାଦାରଙ୍କ ଦେଖାନାହିଁ

ଯାଜପୁର ଅଫିସ,୨୭ା୧୨: ଯାଜପୁର ଜିଲା ବଡ଼ଚଣା ବ୍ଲକର ବନ୍ଦାଳୋଠାରୁ ଏଣ୍ଡରପଦା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ୨ ବର୍ଷ ହେଲା ଅଧାପନ୍ତରିଆ କାମ କରି ସମ୍ପୃକ୍ତ ଠିକାଦାରଙ୍କ ଦେଖାନାହିଁ। ୬ ନମ୍ବର ଜାତୀୟ ରାଜପଥରରୁ ବାହାରି ପଶ୍ଚିମ ବଡ଼ଚଣାର ୧୦ଟି ପଞ୍ଚାୟତ ଦେଇ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକକୁ ସଂଯୋଗ କରୁଥିବା ଏହି ରାସ୍ତା ଏଥିଯୋଗୁ ବିପର୍ଯ୍ୟସ୍ତ ହୋଇପଡିଛି। ଫଳରେ ୫୦ ହଜାରରୁ ଉର୍ଦ୍ଧ୍ୱ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ତୁରନ୍ତ ଏହି ରାସ୍ତା କାର୍ଯ୍ୟ ଆରମ୍ଭ ନ କଲେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।

୧୯୮୮ରେ ଏହି ରାସ୍ତା କାର୍ଯ୍ୟ ପ୍ରଥମେ ଆରମ୍ଭ ହୋଇଥିଲା। ସେତେବେଳେ ୧୬ କି.ମି. ପାଇଁ ୨୫ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା। ପ୍ରଥମେ ବନ୍ଦାଳୋ-ଅଣ୍ଡରପଦା ରାସ୍ତା ଜାତୀୟ ରାଜପଥ ପ୍ରାଧିକରଣ ଅଧୀନରେ ଥିଲାବେଳେ ପରେ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ସ୍ଥାନାନ୍ତର ହୋଇଥିଲା। ଏହାପରେ ରାସ୍ତାର ସାତଣ୍ଡାଠାରେ ଜମି ଅଧିଗ୍ରହଣ କରାଯାଇ ରାସ୍ତା କାର୍ଯ୍ୟ ନିର୍ମାଣ ହୋଇଥିଲା। ଏହି ରାସ୍ତାରେ ତିନୋଟି ସେତୁ କରାଯାଇଥିଲା। ପ୍ରତିବର୍ଷ ମରାମତି ନାମରେ ଲକ୍ଷାଧିକ ଟଙ୍କା ମଞ୍ଜୁର ହୋଇ ହେରଫେର ହେଉଥିବା ଅଭିଯୋଗ ସେ ସମୟରେ ହେଉଥିଲା। ୨୦୧୮ରେ ଏହି ରାସ୍ତା ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ହୋଇଥିଲା। ୨୦୧୮ ଡିସେମ୍ବର ୭ରେ ୪କୋଟି ଟଙ୍କା ମଞ୍ଜୁର କରାଯାଇ ୫.୩ କି.ମି. ପର୍ଯ୍ୟନ୍ତ ରାସ୍ତାର ସମ୍ପ୍ରସାରଣ କରିବାକୁ ଧାର୍ଯ୍ୟ ହୋଇଥିଲା। ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ରାସ୍ତାକୁ ଶୁଭ ଦେଇଥିଲେ। ରାସ୍ତା କାର୍ଯ୍ୟରେ ଅନିୟମିତତା ଓ ମନ୍ଥରତା ନେଇ ରାସ୍ତା କମିଟିର କର୍ମକର୍ତ୍ତା ଗର୍ନ୍ଧବ ବିଶ୍ୱାଳ ଓ କୃଷ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଗ୍ରାମବାସୀ ଅଭିଯୋଗ କରିଥିଲେ। ଇତିମଧ୍ୟରେ ଠିକାଦାର କାମ ବନ୍ଦ କରିଦେଇଛନ୍ତି। ଏ ସମ୍ପର୍କରେ ବଡଚଣା ପୂର୍ତ୍ତ ବିଭାଗ ଏସ୍‌ଡିଓ ରୋହିତ କୁମାର ବିଶ୍ୱାଳଙ୍କୁ ପଚାରିବାରେ ସେ କହିଛନ୍ତି, ଗତ ୧ ବର୍ଷ ହେଲା ଠିକାଦାର କାମ କରୁନାହାନ୍ତି ବୋଲି ସରକାରଙ୍କୁ ଜଣାଇ ଦେଇଛୁ। ନୂଆ ଟେଣ୍ଡର ମାଧ୍ୟମରେ କାମ କରିବାକୁ ସୁପାରିସ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri