ରାସ୍ତା ଅଧାପନ୍ତରିଆ, ଠିକାଦାରଙ୍କ ଦେଖାନାହିଁ

ଯାଜପୁର ଅଫିସ,୨୭ା୧୨: ଯାଜପୁର ଜିଲା ବଡ଼ଚଣା ବ୍ଲକର ବନ୍ଦାଳୋଠାରୁ ଏଣ୍ଡରପଦା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ୨ ବର୍ଷ ହେଲା ଅଧାପନ୍ତରିଆ କାମ କରି ସମ୍ପୃକ୍ତ ଠିକାଦାରଙ୍କ ଦେଖାନାହିଁ। ୬ ନମ୍ବର ଜାତୀୟ ରାଜପଥରରୁ ବାହାରି ପଶ୍ଚିମ ବଡ଼ଚଣାର ୧୦ଟି ପଞ୍ଚାୟତ ଦେଇ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକକୁ ସଂଯୋଗ କରୁଥିବା ଏହି ରାସ୍ତା ଏଥିଯୋଗୁ ବିପର୍ଯ୍ୟସ୍ତ ହୋଇପଡିଛି। ଫଳରେ ୫୦ ହଜାରରୁ ଉର୍ଦ୍ଧ୍ୱ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ତୁରନ୍ତ ଏହି ରାସ୍ତା କାର୍ଯ୍ୟ ଆରମ୍ଭ ନ କଲେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।

୧୯୮୮ରେ ଏହି ରାସ୍ତା କାର୍ଯ୍ୟ ପ୍ରଥମେ ଆରମ୍ଭ ହୋଇଥିଲା। ସେତେବେଳେ ୧୬ କି.ମି. ପାଇଁ ୨୫ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା। ପ୍ରଥମେ ବନ୍ଦାଳୋ-ଅଣ୍ଡରପଦା ରାସ୍ତା ଜାତୀୟ ରାଜପଥ ପ୍ରାଧିକରଣ ଅଧୀନରେ ଥିଲାବେଳେ ପରେ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ସ୍ଥାନାନ୍ତର ହୋଇଥିଲା। ଏହାପରେ ରାସ୍ତାର ସାତଣ୍ଡାଠାରେ ଜମି ଅଧିଗ୍ରହଣ କରାଯାଇ ରାସ୍ତା କାର୍ଯ୍ୟ ନିର୍ମାଣ ହୋଇଥିଲା। ଏହି ରାସ୍ତାରେ ତିନୋଟି ସେତୁ କରାଯାଇଥିଲା। ପ୍ରତିବର୍ଷ ମରାମତି ନାମରେ ଲକ୍ଷାଧିକ ଟଙ୍କା ମଞ୍ଜୁର ହୋଇ ହେରଫେର ହେଉଥିବା ଅଭିଯୋଗ ସେ ସମୟରେ ହେଉଥିଲା। ୨୦୧୮ରେ ଏହି ରାସ୍ତା ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ହୋଇଥିଲା। ୨୦୧୮ ଡିସେମ୍ବର ୭ରେ ୪କୋଟି ଟଙ୍କା ମଞ୍ଜୁର କରାଯାଇ ୫.୩ କି.ମି. ପର୍ଯ୍ୟନ୍ତ ରାସ୍ତାର ସମ୍ପ୍ରସାରଣ କରିବାକୁ ଧାର୍ଯ୍ୟ ହୋଇଥିଲା। ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ରାସ୍ତାକୁ ଶୁଭ ଦେଇଥିଲେ। ରାସ୍ତା କାର୍ଯ୍ୟରେ ଅନିୟମିତତା ଓ ମନ୍ଥରତା ନେଇ ରାସ୍ତା କମିଟିର କର୍ମକର୍ତ୍ତା ଗର୍ନ୍ଧବ ବିଶ୍ୱାଳ ଓ କୃଷ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଗ୍ରାମବାସୀ ଅଭିଯୋଗ କରିଥିଲେ। ଇତିମଧ୍ୟରେ ଠିକାଦାର କାମ ବନ୍ଦ କରିଦେଇଛନ୍ତି। ଏ ସମ୍ପର୍କରେ ବଡଚଣା ପୂର୍ତ୍ତ ବିଭାଗ ଏସ୍‌ଡିଓ ରୋହିତ କୁମାର ବିଶ୍ୱାଳଙ୍କୁ ପଚାରିବାରେ ସେ କହିଛନ୍ତି, ଗତ ୧ ବର୍ଷ ହେଲା ଠିକାଦାର କାମ କରୁନାହାନ୍ତି ବୋଲି ସରକାରଙ୍କୁ ଜଣାଇ ଦେଇଛୁ। ନୂଆ ଟେଣ୍ଡର ମାଧ୍ୟମରେ କାମ କରିବାକୁ ସୁପାରିସ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?