ଗୃହ ବାହାରେ କହିଲେ, ରେକର୍ଡରୁ କାଟିଦେଲେ: ସାଂଘାତିକ ଅଭିଯୋଗ ଆଣିଲେ ବିଧାୟକ

ଭୁବନେଶ୍ୱର, ୨୪।୨(ସୁନିତ୍‌ ମିଶ୍ର):ବିଧାନସଭା ବଜେଟ ଅଧିବେଶର ଷଷ୍ଠ ଦିନ ଗୃହ କାର୍ଯ୍ୟ ବନ୍ଦ ହେବା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବାହାରକୁ ବାହାରି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ସରକାରୀ ଦଳ ଜାଣିଶୁଣି ଗୃହ ଚଳାଇ ନ ଦେବାକୁ ଷଡ଼ଯନ୍ତ୍ର କରିଛି। ପ୍ରାଥମାର୍ଦ୍ଧରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ଏପ୍‌ଷ୍ଟିନ ଫାଇଲ ଭଳି କଳଙ୍କିତ ଅଧ୍ୟାୟ ସହିତ ଦେଶର କେତେଜଣ ଗୁରୁତ୍ୱପୂର୍ଣ୍ଣ ଲୋକ ଜଡ଼ିତ ଅଛନ୍ତି। ଦେଶର ଯିଏ ପେଟ୍ରୋଲିୟମ ମନ୍ତ୍ରୀ ଅଛନ୍ତି ହରଦୀପ୍‌ ସିଂ ପୁରୀ ଏପଷ୍ଟିନଙ୍କ ସହିତ ଏକାଧିକ ଥର ଭେଟିବାର ଅଭିଯୋଗ ହୋଇଥିଲା। ପରବର୍ତ୍ତୀ ସମୟରେ ପୁରୀ ମଧ୍ୟ ଏହି କଥାକୁ ସ୍ବୀକାର କଲେ। ଅନ୍ୟ ଦେଶରେ ଯେଁଉମାନେ ସେମାନଙ୍କ ସରକାରର ପ୍ରମୁଖ ବ୍ୟକ୍ତି ଅଛନ୍ତି ଏବଂ ଏପ୍‌ଷ୍ଟିନ ଫାଇଲ ସେମାନଙ୍କ ସହ ଯୋଡି ହେବା କାରଣରୁ ସେମାନେ ନିଜ ପଦରୁ ଇସ୍ତଫା ଦେଇସାରିଲେଣି। ସେହି ଲୋକମାନଙ୍କ ମଧ୍ୟରେ କେତେଜଣ ପ୍ରମୁଖ ଚେହେରା ଏବେ ଗିରଫ ମଧ୍ୟ ହେଲେଣି ବୋଲି ଶୁଣିବାକୁ ମିଳୁଛି। ହେଲେ କେନ୍ଦ୍ରମନ୍ତ୍ରୀ ପୁରୀ ଏ ପର୍ଯ୍ୟନ୍ତ କାହିଁକି ମନ୍ତ୍ରୀ ପଦରୁ ଇସ୍ତଫା ଦେଇନାହାନ୍ତି। ତାଙ୍କ ବିରୋଧରେ କିଛି କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଁ ମଧ୍ୟ ଏପ୍‌ଷ୍ଟିନ ଫାଇଲରେ ଥିବା ଶୁଣାଯାଉଛି। ସିଏ ମଧ୍ୟ ତାଙ୍କ ପଦରୁ ଇସ୍ତଫା ଦେବା ଦରକାର। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଦେଶର ସଂସଦୀୟ ବ୍ୟାପାର ମନ୍ତ୍ରୀ ଅପଶବ୍ଦ ବ୍ୟବହାର କରୁଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟ ଗୃହରେ କହିଥିଲେ। ହେଲେ ଦ୍ୱିତୀୟାର୍ଦ୍ଧରେ ଅପରାହ୍ନ ବେଳକୁ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି ରେକର୍ଡରୁ ସେହି କଥା କାଟିଦେଲେ। ଗୃହରେ ଏଥିଲାଗି ବିରୋଧ କରିବା ସତ୍ତ୍ୱେ ବାଚସ୍ପତି ସେହି ଭାଷଣକୁ ଗଣମାଧ୍ୟମରେ ପ୍ରକାଶ ନ କରିବା ସହିତ ରେକର୍ଡରୁ କାଟିଲେ ବୋଲି କାଡାମ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri