ସାଇତିଛନ୍ତି ୬୦ ଦେଶର ୪୫୦ ମୁଦ୍ରା, ୧୯ ନୋଟ୍‌

କଟକ ଅଫିସ,୫।୨: ସମସ୍ତଙ୍କର ସ୍ବପ୍ନ ଭିନ୍ନ ଭିନ୍ନ। ନିଜର ସ୍ବପ୍ନକୁ ସାକାର କରିବା ପାଇଁ ସମସ୍ତେ ଚେଷ୍ଟା କରିଥାନ୍ତି। ସେହିଭଳି ଏକ ସ୍ବପ୍ନ ଦେଖିଥିଲେ କଟକ ଜିଲା ବିରିବାଟିସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। କମ୍‌ ବୟସରେ ସେ ୬୦ଟି ଦେଶର ୪୫୦ ମୁଦ୍ରା ଓ ୧୯ ନୋଟ୍‌ ସଂଗ୍ରହ କରି ଲୋକଲୋଚନକୁ ଆସିପାରିଛନ୍ତି। ସେ ଏବେ କଟକ ଷ୍ଟିୱାର୍ଟ ବିଜ୍ଞାନ ମହାବିଦ୍ୟାଳୟରେ ଯୁକ୍ତ ୩ ଶେଷବର୍ଷରେ ଅଧ୍ୟୟନ କରୁଛନ୍ତି। ଏ ସମ୍ପର୍କରେ ସେ କହିଛନ୍ତି, ନୟାବଜାରସ୍ଥିତ ସେଣ୍ଟ୍‌ ଜାଭିୟର ସ୍କୁଲରେ ପଢୁଥିବାବେଳେ ଗ୍ରୀଷ୍ମ ଅବକାଶ ସମୟରେ ବିଭିନ୍ନ ଦେଶ ମୁଦ୍ରା ସଂଗ୍ରହ କରିବା ପାଇଁ ଶିକ୍ଷକ ମୋତେ ଏକ ପ୍ରୋଜେକ୍ଟ ଦେଇଥିଲେ। ତଦନୁଯାୟୀ ବିଭିନ୍ନ ଦେଶର ମୁଦ୍ରା ସଂଗ୍ରହ କରି ସାର୍‌ଙ୍କଠାରୁ ପ୍ରଶଂସିତ ହୋଇଥିଲି। ଏହାପରଠାରୁ ଦେଶ ବିଦେଶର ମୁଦ୍ରା ସଂଗ୍ରହ କରିବା ମୋର ଏକ ନିଶା ପାଲଟି ଯାଇଥିଲା। ପରିବାର ସଦସ୍ୟ, ବନ୍ଧୁବାନ୍ଧବ, ସାଙ୍ଗସାଥୀ, ପଡୋଶୀ ଯଦି କେହି ବିଦେଶ ବୁଲିବାକୁ ଯାଉଥିଲେ, ସେଠାକାର ମୁଦ୍ରା ଆଣିବାକୁ ମୁଁ ତାଙ୍କୁ କହୁଥିଲି। ସେମାନେ ସେଠାକାର ମୁଦ୍ରା ଆଣି ଦେବା ପରେ ମୁଁ ଏହାକୁ ମୋ ଆଲ୍‌ବମ୍‌ରେ ସାଇତି ରଖୁଥିଲି। ଇତିମଧ୍ୟରେ ଅଷ୍ଟ୍ରେଲିଆ, ଇଂଲଣ୍ଡ, ଫ୍ରାନ୍ସ, ନେପାଳ, ଥାଇଲାଣ୍ଡ, ଜାପାନ, ଓମାନ୍‌, ଇରାକ୍‌, ଶ୍ରୀଲଙ୍କା, ପାକିସ୍ତାନ, ଇଣ୍ଡୋନେସିଆ, କାନାଡା, ମେକ୍ସିକୋ, ଆମେରିକା, ସିଙ୍ଗାପୁର ଭଳି ୬୦ଟି ଦେଶର ୪୫୦ ମୁଦ୍ରା ଓ ୧୯ଟି ନୋଟ୍‌ ସଂଗ୍ରହ କରି ଏବେ ତିନୋଟି ଆଲ୍‌ବମରେ ସାଇତି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri