ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ: ଆରମ୍ଭରୁ ହଟ୍ଟଗୋଳ

ଭୁବନେଶ୍ୱର,୪ା୭(ବ୍ୟୁରୋ): ବିଧାନସଭା ମେସୁମୀ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭରୁ ବିରୋଧୀମାନେ ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ କରିଛନ୍ତି। ବିରୋଧୀ ଭାଜପା ଓ କଂଗ୍ରେସ ବିଧାୟକ ଏହି ନାରାବାଜି କରିଥିଲେ। ଗୃହକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି ହେବାରୁ ପୂର୍ବାହ୍ନ ସାଢ଼େ ୧୧ଟା ପର୍ଯ୍ୟନ୍ତ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ମୁଲତବୀ ରଖିଛନ୍ତି।