ମୁଁ କଳାହାଣ୍ଡିର ଋଣ ପରିଶୋଧ କରିବି: ସୁରେଶ ପୂଜାରୀ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରାର ଦ୍ୱିତୀୟ ସନ୍ଧ୍ୟା, କଳାହାଣ୍ଡି ଲୋକଙ୍କ ଅବଦାନ ରାଜ୍ୟରେ ଅତୁଳନୀୟ

ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୭ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ବୁଧବାର ଦ୍ୱିତୀୟ ଦିନରେ ପହଞ୍ଚିଛି। କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟଅତିଥି ଓ କଳାହାଣ୍ଡି ସାଂସଦ ମାଳବିକା ଦେବୀ, ଧର୍ମଗଡ ବିଧାୟକ ସୁଧିର ରଞ୍ଜନ ପଟ୍ଟଯୋଷୀ, ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢୀ, ସାମାଜିକ କର୍ମୀ ଆର୍ତ୍ତତ୍ରାଣ ମହାପାତ୍ର, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟର କୁଳପତି ଡ. ନିବେଦିତା ନାଥ, ଜିଲା ଭାଜପା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ମୁଖ୍ୟ ଅତିଥି ମନ୍ତ୍ରୀ ପୂଜାରୀ ତାଙ୍କ ଭାଷଣରେ କହିଥିଲେ, ମୁ ମୋ ଜୀବନରେ ଦେଖିଥିବା ସମସ୍ତ ଲୋକ ମହୋତ୍ସବ ମଧ୍ୟରୁ କଳାହାଣ୍ଡି ଉତ୍ସବ ସର୍ବୋତ୍ତମ। ଭବାନୀପାଟଣାରେ ମୋର ପାଠପଢା ମୂଳଦୁଆ ପଡିଥିଲା। ଏଠାରେ ମୁଁ ୫ବର୍ଷ ପାଠ ପଢିଛି। ତେଣୁ ମୁଁ କଳାହାଣ୍ଡିର ଋଣୀ। ଏବେ ଋଣ ପରିଶୋଧ କରିବି। ଏଠାକାର ଲୋକମାନେ ବେଶୀ ସରଳ, ଦୁନିଆରେ ଖୋଜିଲେ ମିଳିବେ ନାହଁି। ରାଜ୍ୟର ସାହିତ୍ୟ, କଳା, ସଂସ୍କୃତି କ୍ଷେତ୍ରରେ କଳାହାଣ୍ଡି ଲୋକଙ୍କ ଅବଦାନ ଅତୁଳନୀୟ। କଳାହାଣ୍ଡିରେ ଜଳସେଚନର ଅଗ୍ରଗତି ନେଇ ଖୁବ୍‌ଶୀଘ୍ର ଏକ ବୈଠକ କରାଯିବ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମକୁ ବରିଷ୍ଠ ଖବରଦାତା ସତ୍ୟ ନାରାୟଣ ମହାପାତ୍ର ପରିଚାଳନା କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡି ପାଇଁ ଗୌରବ ଆଣିଥିବା ବିଦ୍ୱାନଶ୍ରୀ ପଣ୍ଡା, ଶୁଭଙ୍କର ରଥ, ପୁଷ୍ପେନ୍ଦ୍ର ବିଶ୍ୱାଳ, ସ୍ମୃତି ମଞ୍ଜରୀ ଦୀପ, ଶ୍ରୁତି ନାଗ, ହାବିଲଦାର ପ୍ରକାଶ ସାଗର, ବିଭୁତି ମଳ୍ଲିକ, ଚଶମିତ୍‌ କୌର, ଟିକଚନ୍ଦ ଗୌଡ, ଭୌମିକ ଭରଦ୍ୱାଜ ଭୋଇ, ବିକାଶ ବାଗ, କୁମ୍‌ କୁମ୍‌ ପ୍ରିୟଦର୍ଶିନୀ ସାହୁ ପ୍ରମୁଖଙ୍କୁ ଅତିଥିଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା। ଏହାପରେ ମହ୍ଲାର କଳା ନିକେତନ, ଶ୍ରୀ ଜଗନ୍ନାଥ ସଂଗୀତ ବିଦ୍ୟାଳୟ, ଶିଶୁ ଘୁମୁରା, ଓଡିଶୀ ଶୁଭକ୍ଷିତା ମିଶ୍ର, ଦୁର୍ଗାଭରସୀ ନୃତ୍ୟ ସୁନ୍ଦରଗଡ, ବଜାଶାଲ ନୃତ୍ୟାଙ୍ଗନା, ଭବନୀପାଟଣା, କ୍ଲବିଭୂତି ବେଦାନ୍ତ ଆଲୁମିନା ଲିମିଟେଡ, ହିମାଚଲୀ ପାହାଡି ନୃତ୍ୟ ହିମାଚଳ, ଓଡିଶା କଳାକେନ୍ଦ୍ର, ଜୁନାଗଡ, ନୂତନ କଳାସଂସଦ କନ୍ଧମାଳ, ମାହାରୀ, ନଟରାଜ ଜ୍ୟାକ ଏକାଡେମୀ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।
ଫଟୋ-କଳାହାଣ୍ଡି ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଅତିଥିଗଣ।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri