ଏହି ଦିନ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୯: ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଏକ ପ୍ରକାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ରବିବାର ସୂଚନା ଦେଇଛନ୍ତି।
ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ ।ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ।

ଉପମୁଖ୍ୟମନ୍ତ୍ରୀ  କହିଛନ୍ତି, ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ରେ  ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ  ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।

ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ।ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି। ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।  ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

ସୂଚନାଯୋଗ୍ୟ,  ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।   ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?