୩୦ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ ଜେଲ

ବାଲିଗୁଡା,୨୯ା୭(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ୨୦୦୮ କନ୍ଧମାଳ ଦଙ୍ଗା ମାମଲାର ବିଚାର କରି କନ୍ଧମାଳ ଜିଲା କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାରପତି ଅନୁରାଗ ଦେହୁରୀ ଗୁରୁବାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଦେହୁରୀ ୩୦ଜଣ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏପରିକି ପ୍ରତ୍ୟେକଙ୍କୁ ୧ ହଜାର ଟଙ୍କା ଲେଖାଏ ଜରିମାନା ଆଦେଶ ଦେଇଛନ୍ତି। ଦଙ୍ଗାର ଦୀର୍ଘ ୧୩ ବର୍ଷ ପରେ ଏହି ରାୟ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ୨୦୦୮ ସେପ୍ଟେମ୍ବର ୨ରେ କୋଟଗଡ଼ ବଣ୍ଡାପିପିଲି ଗ୍ରାମର ଅତୁଲ ପରିଚ୍ଛା ତାଙ୍କ ଘର ଭାଙ୍ଗି ପୋଡି ନଷ୍ଟ କରିବା, ମାରଣାସ୍ତ୍ର ଦେଖାଇ ଜୀବନରେ ମାରିଦେବାକୁ ଧମକ ଦେବା ନାମରେ ୩୦ଜଣଙ୍କ ନାଁରେ କୋଟଗଡ଼ ଥାନାରେ ଏତଲା ଦେଇଥିଲେ। ଅଭିଯୋଗକୁ ଭିତ୍ତିକରି କୋଟଗଡ଼ ପୋଲିସ ଏକ ମାମଲା (ନଂ. ୩୩/୨୦୦୮) ରୁଜୁ କରିଥିଲା। ମୁଦାଲାଙ୍କ ପକ୍ଷରୁ ଲମ୍ବୋଦର ପଣ୍ଡା ଓ ସରକାରଙ୍କ ପକ୍ଷରୁ ସବିତା ସାମନ୍ତରାଏ ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri