ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଲେ ଦୁର୍ବୃତ୍ତ

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ )- ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଛନ୍ତି l ଦୁଇଟି କାରରେ ପ୍ରାୟ ୨ ଜଣ ଦୋକାନ ପାଖକୁ ଆସି କେହି କିଛି ବୁଝିବା ପୂର୍ବରୁ ବନ୍ଧୁକ ଦେଖାଇ ୨ଭାଇଙ୍କୁ ଗାଡ଼ିରେ ନେଇଯାଇଛନ୍ତି। ଏ ନେଇ ପରିବାର ଲୋକେ ତୁରନ୍ତ ଗଞ୍ଜାମ ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପଟେ ଏହାକୁ ବିରୋଧ କରି ଅନ୍ୟ ଦୋକାନୀମାନେ ୧୬ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ l ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ମୋଟର ଅଟକି ରହିଛି l ଖବରପାଇ ଗଞ୍ଜାମ ଥାନା ଆଇଆଇସି ସନ୍ତୋଷ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l ପୋଲିସ ଆସିବା ପରେ ସ୍ଥାନୀୟ ଅଞ୍ଚଳବାସୀ ପ୍ରବଳ ହୋହଲା କରିଥିଲେ। ତେବେ କିଏ କାହିଁକି ଏଭଳି କିଡନାପ କରିଛନ୍ତି ତାହା ସ୍ପଷ୍ଟ ହୋଇ ନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri