ବାପାଙ୍କ ପାଇଁ ବିଲକୁ ଖାଇବାକୁ ନେଇ ଆଉ ଫେରିଲେନି ପୁଅ

ଛେଣ୍ଡିପଦା,୩୧।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାଛକୁଟା ଗାଁରେ ମଙ୍ଗଳବାର ବଜ୍ରପାତରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବିଜୟ ସାହୁଙ୍କ ପୁଅ ଲୋଟନ ସାହୁ (୨୧)।
ସୂଚନାଯୋଗ୍ୟ, ବିଜୟ ଗାଁ ପାଖରେ ଥିବା ବିଲକୁ ହଳ କରିବାକୁ ଯାଇଥିବା ବେଳେ ପୁଅ ଲୋଟନ ସକାଳେ ବାପାଙ୍କ ପାଇଁ ଖାଇବା ନେଇ ଯାଇଥିଲେ। ସେ ଜମି ହୁଡ଼ାରେ ବସି ବାପାଙ୍କୁ ଅପେକ୍ଷା କରିଥିଲା। ସେହି ସମୟରେ ହଠାତ ବର୍ଷା ସହିତ ବଜ୍ରପାତ ହୋଇଥିଲା । ବଜ୍ରପାତରେ ସେ ଅଚେତ ହୋଇ ବିଲରେ ପଡ଼ିଯାଇଥିଲେ । ତୁରନ୍ତ ତାଙ୍କୁ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଛେଣ୍ଡିପଦା ପୋଲିସ ପହଞ୍ଚିି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

‘ଭଲ ପାଠ ପଢ଼ି ସୁନାମ ଆଣନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୯ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ତଥା ବରିଷ୍ଠ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri