୩୫ ବର୍ଷରେ ଚୋରି କରିଥିଲେ ୫ କୋଟି ଟଙ୍କା

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଚୋରି କରିବା ଥିଲା ନିଶା, ଆଉ ପେସା। ବାରମ୍ବାର ଚୋରି କରି ଗିରଫ ହେଉଥିଲେ, ଜେଲ ବି ଯାଉଥିଲେ। ହେଲେ ଜେଲରୁ ବାହାରିବା ପରେ ପୁଣି ସେହି ଧନ୍ଦା ଜାରି ରଖୁଥିଲେ। ଦୀର୍ଘ ୩୫ ବର୍ଷ ଧରି ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଚୋରି କରୁଥିବା କୁଖ୍ୟାତ ଚୋରଙ୍କୁ କମିଶନରେଟ ପୋଲିସ ସୋମବାର କାବୁ କରିଛି। କଟକରେ ଚୋରି ଉଦ୍ୟମବେଳେ ସ୍ପେଶାଲ ସ୍କ୍ବାଡ୍‌ ତାଙ୍କୁ ଗିରଫ କରିଛି। ସେ ହେଲେ ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱର ହାଟସାହିର ହେମନ୍ତ ଦାଶ(୫୯)। ପଚରାଉଚରାବେଳେ ତାଙ୍କଠାରୁ ବହୁ ଚାଞ୍ଚଲ୍ୟକର ତଥ୍ୟ ପାଇଛି ପୋଲିସ। ଦେଶର ୫ଶହ ସ୍ଥାନରୁ ୫କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ଜିନିଷପତ୍ର ଚୋରି କରିଥିବା ଜଣାପଡିଛି। ସେ ରାଜ୍ୟରୁ ରାଜ୍ୟ ବୁଲି ବୁଲି ଚୋରି କରୁଥିବାବେଳେ ମୁମ୍ବାଇ ଓ ଚେନ୍ନାଇ ପୋଲିସ ଦ୍ୱାରା ମଧ୍ୟ ପୂର୍ବରୁ ଗିରଫ ହୋଇଛନ୍ତି। ତାଙ୍କ ନାମରେ ଭୁବନେଶ୍ୱର ୟୁପିଡିର ବିଭିନ୍ନ ଥାନାଞ୍ଚଳରେ ୮୨ରୁ ଅଧିକ ମାମଲା ରହିଛି। ଅନ୍ୟପକ୍ଷରେ କଟକ, ପୁରୀ, ବ୍ରହ୍ମପୁର ଆଦି ସହରରେ ଏକାଧିକ ଚୋରି ମାମଲାରେ ସମ୍ପୃକ୍ତ ଥିବା ଡିସିପି ଉମାଶଙ୍କର ଦାଶ କହିଛନ୍ତି। ମଙ୍ଗଳବାର ହେମନ୍ତଙ୍କୁ କୋର୍ଟ ଚାଲାଣ କରାଯିବ। ପରେ ଅଧିକ ତଥ୍ୟ ହାସଲ ପାଇଁ ତାଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରାଯିବ ବୋଲି କମିଶନରେଟ ପୋଲିସ ସୂଚନା ଦେଇଛି।

ସୂଚନା ଅନୁଯାୟୀ, ଅଭିଯୁକ୍ତ ହେମନ୍ତ ୧୯୮୬ ରେ ବିଜେବି କଲେଜରେ ପଢୁଥିବାବେଳେ ଏକ ଗଣ୍ଡଗୋଳ ମାମଲାରେ ଗିରଫ ହୋଇ ଜେଲ ଯାଇଥିଲେ। ସେଠାରେ ସେ ଜଣେ ଚୋରି ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ତାଙ୍କଠାରୁ ପ୍ରୋତ୍ସାହନ ପାଇ ଚୋରି କରିବାକୁ ମନ ବଳାଇଥିଲେ। ସେ ଜେଲରୁ ବାହାରିବା ପରେ ଚୋରି କରିବା ଆରମ୍ଭ କରିଥିଲେ। ସେତେବେଳେ ତାଙ୍କୁ ବୟସ ହୋଇଥିଲା ୨୪। ପ୍ରଥମେ ବିଳମ୍ବିତ ରାତିରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ବନ୍ଦ ଥିବା ଘର କବାଟକୁ ଶାବଳରେ ତାଡ଼ି ଟଙ୍କା, ଅଳଙ୍କାର ଓ ବିଭିନ୍ନ ସାମଗ୍ରୀ ଚୋରି କରୁଥିଲେ। ପରବର୍ତ୍ତୀ ସମୟରେ ଦେଶର ବିଭିନ୍ନ ସହରକୁ ଫ୍ଲାଇଟ ଯୋଗେ ଯାଇ ବଡ଼ ବଡ଼ ହୋଟେଲରେ ରହୁଥିଲେ। ହୋଟେଲର ପାଖ ରୁମ୍‌ ଓ ଆଖପାଖ ଅଞ୍ଚଳରୁ ମଧ୍ୟ ଚୋରି କରୁଥିଲେ। ୨୦୧୮ରେ ସେ କମିଶନରେଟ ପୋଲିସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିଲେ। ତେବେ କିଛିଦିନ ତଳେ ବଡଗଡ, କ୍ୟାପିଟାଲ ଓ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ସେ ପୁଣି ଚୋରି କରିଥିଲେ। ପୋଲିସ ତାଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ଏଥିସହ ତାଙ୍କୁ ଗିରଫ କରିବା ପାଇଁ ସ୍ପେଶାଲ ସ୍କ୍ବାଡ୍‌ ଯୋଜନା ପ୍ରସ୍ତୁତ କରି ପୂରା ନଜର ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri