Posted inରାଜ୍ୟ

ଉଲଗ୍ନ କରି ଚଲାଇଲେ ରାସ୍ତାରେ

ସାରସକଣା,୧ା୪- ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ପାକଟିଆଠାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୋଖରୀ ଖନନକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ଆକ୍ରମଣକାରୀମାନେ ତାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ ପୋଲିସ ୬ ଜଣଙ୍କ ନାମରେ ମାମଲା(ନଂ.୭୬/୨୧) ରୁଜୁ କରି ତଦନ୍ତ ଜାରି ରଖିଛି।

ଅଭିଯୋଗ ଅନୁଯାୟୀ, ସାଲାଇ କିସ୍କୁ ନାମକ ଜଣେ ବ୍ୟକ୍ତି ପାକଟିଆଠାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଏକ ପୋଖରୀ ଖୋଳୁଥିଲେ। ତେବେ ଶ୍ରମିକଙ୍କ ବଦଳରେ ମେଶିନ ସାହଯ୍ୟରେ ପୋଖରୀ ଖୋଳା ହେଉଥିତ୍ବା ନେଇ ବିଡିଓଙ୍କ ଠାରେ କେହି ଅଭିଯୋଗ କରିଥିଲେ। ଆକ୍ରମଣର ଶିକାର ହୋଇଥିବା ମହିଳା ଜଣକ ମିଶନ ଶକ୍ତିରେ କାମ କରୁଥିବାରୁ ବ୍ଲକ କାର୍ଯ୍ୟାଳୟ ଯାଇଥାନ୍ତି। ତେଣୁ ସେ ପୋଖରୀ ଖୋଳା ସମ୍ପର୍କରେ ବିଡିଓଙ୍କୁ ଅଭିଯୋଗ କରିଥିବା ସନ୍ଦେହ କରି ଗତ ୨୪ ତାରିଖରେ ସାଲାଇଙ୍କ ସମେତ ୬ ଜଣ ମହିଳା ଓ ପୁରୁଷ ସଂଘବଦ୍ଧ ଭାବେ ଘରେ ପଶି ତାଙ୍କୁ ଆକ୍ରମଣ କରିଥିଲେ। ସର୍ବସମ୍ମୁଖରେ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ଗଁା ଛକକୁ ନେଇଥିବା ଅଭିଯୋଗରେ ଦର୍ଶାଯାଇଛି। ତେବେ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଅରୁଣ କୁମାର ଟୁଡ଼ୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ) ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri