ମାମୁଙ୍କ ବରଯାତ୍ରୀରେ ନାଚୁଥିବା ବେଳେ ୬ ବର୍ଷର ଝିଅକୁ ନେଇ କରିଥିଲେ ବଳାତ୍କାର, ଆସିଲା ବଡ଼ ରାୟ

ସମ୍ବଲପୁର,୩୦ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ୨୦୨୪ରେ ସଂଘଟିତ ଏକ ଶିଶୁକନ୍ୟା ବଳାତ୍କାର ମାମଲାରେ ସମ୍ବଲପୁର ଅତିରିକ୍ତ ଜିଲାଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି ଶନିବାର ଅଭିଯୁକ୍ତଙ୍କୁ ୩୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୪୫ଜଣ ସାକ୍ଷୀ ଓ ଅନ୍ୟାନ୍ୟ ତଥ୍ୟ ପ୍ରମାଣ ଆଧାରରେ ଅଭିଯୁକ୍ତ ଡୁମ୍‌କୁ ଖଡ଼ିଆପଡ଼ାର ଅନିଲ ସାମଦ(୨୪)ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଆଇପିସି ଦଫା ୩୭୬(ଏବି)ରେ ଅଭିଯୁକ୍ତଙ୍କୁ ୩୦ବର୍ଷ ସଶ୍ରମ କାରାଦଣ୍ଡ ସହ ୫୦ହଜାର ଟଙ୍କା ଜରିମାନା, ଦଫା ୫୦୬ରେ ୫ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ଏବଂ ପୋକ୍ସ ଆକ୍ଟର ଦଫା ୬ରେ ୧ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହାସହ ପୀଡ଼ିତ ଶିଶୁକନ୍ୟାଙ୍କୁ କ୍ଷତିପୂରଣ ବାବଦରେ ୧୩.୫୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲା ଆଇନ୍‌ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ସୁନ୍ଦରଗଡ଼ ଜିଲା ଦର୍ଲିପାଲି ଅଞ୍ଚଳର ୬ ବର୍ଷୀୟା ନାବାଳିକା ତାଙ୍କ ମା’ଙ୍କ ସହ ମାମୁଙ୍କ ବିବାହ ଉତ୍ସବରେ ଯୋଗଦେବାକୁ ୨୦୨୪ ଏପ୍ରିଲ୍‌ ୨୭ରେ ମହୁଲପାଲି ଆସିଥିଲେ। ରାତିରେ ବିବାହ ଉତ୍ସବରେ ନାଚୁଥିବା ବେଳେ ଅଭିଯୁକ୍ତ ଅନିଲ ସମସ୍ତଙ୍କ ନଜର ଆଢ଼ୁଆଳରେ ଶିଶୁକନ୍ୟାକୁ ସେଠାରୁ ନେଇଯାଇ ବଳାତ୍କାର କରିଥିଲେ। ଝିଅକୁ ନ ପାଇ ତାଙ୍କ ମା’ ଓ ପରିବାର ବିଭିନ୍ନ ସ୍ଥାନ ଖୋଜାଖୋଜି କରିଥିଲେ। ରାତି ସାଢ଼େ ୯ଟାରେ ଅଭିଯୁକ୍ତ ଝିଅକୁ କ୍ଷତାକ୍ତ ଅବସ୍ଥାରେ ଆଣି ତାଙ୍କ ମାମୁଘର ପାଖରେ ଛାଡ଼ି ଚାଲିଯାଇଥିଲେ। ଘରକୁ ଆସି ଝିଅ ତା’ସହ ଘଟିଥିବା ସବୁକଥା କହିଥିଲା। ପରିବାର ଲୋକେ ତାଙ୍କୁ କୁଚିଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଭିମ୍‌ସାରରେ ଭର୍ତ୍ତି କରିଥିଲେ। ଏପ୍ରିଲ୍‌ ୨୮ରେ ମହୁଲପାଲି ଥାନାରେ ଦଫା ୩୭୬(ଏବି), ୫୦୬ ଓ ୬ ପୋକ୍‌ସୋ ଆଇନରେ ଏକ ମାମଲା (ନଂ.୮୦/୨୪)ରୁଜୁକରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅଦାଲତରେ ସରକାରଙ୍କ ପକ୍ଷରୁ ଏହି ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ ସନ୍ତୋଷ କୁମାର ପଣ୍ଡା ପରିଚାଳନା କରିଥିଲେ। ଅପରପକ୍ଷରେ ପୀଡ଼ିତ ଶିଶୁକନ୍ୟାଙ୍କ ମା’ କହିଛନ୍ତି ଏପର୍ଯ୍ୟନ୍ତ ଝିଅ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହିଁ। ଏହି ଘଟଣାରେ ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri