ଚାକିରି ବାହାନାରେ ବ୍ରହ୍ମପୁର ନେଇ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ):  ଏକ ବଡ଼ କମ୍ପାନୀରେ ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ରାଜଧାନୀ ଭୁବନେଶ୍ୱରରୁ ନେଇ ବ୍ରହ୍ମପୁରରେ ବଳାତ୍କାର କରାଯାଇଛି। ଏନେଇ ପୀଡିତା ଜଣକ ଶହୀଦନଗର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ମହିଳାଙ୍କ ଅଭିଯୋଗ ଅନୁଯାୟୀ, ସେ ଭୁବନେଶ୍ୱରର ଏକ କମ୍ପାନୀରେ ରୋଷେୟା ଭାବେ କାର୍ଯ୍ୟ କରୁଥିଲେ। ଉକ୍ତ କମ୍ପାନୀରେ କାର୍ଯ୍ୟ କରୁଥିବା ଦୀପୁ ଦଳାଇ ନାମକ ଜଣେ ଯୁବକ ତାଙ୍କୁ ଧରମ ଭଉଣୀ କରିଥିଲେ। ଏହାପରେ ବଡ଼ କମ୍ପାନୀରେ ଚାକିରି ଦେବାକୁ କହି ଟ୍ରେନ୍‌ରେ ବ୍ରହ୍ମପୁର ନେଇଯାଇଥିଲେ। ମହିଳାଙ୍କ ସହ ତାଙ୍କ ଦୁଇ ପିଲା ମଧ୍ୟ ଯାଇଥିଲେ। ପିଲାଙ୍କୁ ଏକ ଘରେ ରଖି ଦୀପୁ ଉକ୍ତ ମହିଳାଙ୍କୁ ଅନ୍ୟ ଏକ ସ୍ଥାନକୁ ନେଇ ସେଠାରେ ୨ଦିନ ଧରି ବଳାତ୍କାର ସହ ବିଭିନ୍ନ ନିର୍ଯାତନା ଦେଇଥିଲେ। ଏପରିକି ବାହା ହେବା ପାଇଁ ପ୍ରସ୍ତାବ ଦେଇଥିଲେ। ଏହାକୁ ମହିଳା ଜଣକ ବିରୋଧ କରିବାରୁ ପିଲା ଦୁହିଁକୁ ମାରିଦେବାକୁ ଦୀପୁ ଧମକ ଦେଇଥିଲେ। ସେଠାରୁ କୌଶଳକ୍ରମେ ମହିଳା ଜଣକ ଖସି ଆସିବା ସହ ଦୁଇ ପିଲାଙ୍କୁ ଉଦ୍ଧାର କରି ଟ୍ରେନରେ ଭୁବନେଶ୍ୱର ପଳାଇ ଆସିଥିଲେ। ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବା ପରେ ସ୍ବାମୀଙ୍କ ସହ ଶହୀଦନଗର ଥାନାରେ ପହଞ୍ଚତ୍ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri