ବିଲରେ କାଟୁଥିଲେ ଧାନ, ଏବେ ପଢ଼ିବେ ଡାକ୍ତରୀ ପାଠ; ଖର୍ଚ୍ଚ ବହନ କରିବେ ସରକାର

ବାଲିଗୁଡ଼ା,୭ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ତାଙ୍କର ବାପା ଅତ୍ୟନ୍ତ ଗରିବ ହୋଇଥିବାବେଳେ ସେ ହଷ୍ଟେଲ ଏବଂ ଅନ୍ୟାନ୍ୟ ପାଠପଢ଼ା ଖର୍ଚ୍ଚ ପାଇଁ କ୍ଷେତରେ ଶ୍ରମିକ ଭାବେ କାମ କରୁଥିଲେ। ଇଫୁ ଧାନବିଲରେ ଧାନ କାଟୁଥିବାର ଫଟୋ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଇଫୁଙ୍କ ଆର୍ଥିକ ସମସ୍ୟା ବିଷୟରେ ଅବଗତ ହେଲା ପରେ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ତ୍ୱରିତ ପଦକ୍ଷେପ ନେଇଛି। ଇଫୁଙ୍କ ପ୍ରଥମ ବର୍ଷ ପାଠପଢ଼ା ଖର୍ଚ୍ଚ ପାଇଁ ୬୨,୯୫୦ ଟଙ୍କା ମଞ୍ଜୁର କରିଛନ୍ତି ସରକାର।

ଇଫୁ କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଏମ୍‌ବିବିଏସ୍‌ରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇ ଚଳିତ ବର୍ଷ ଡାକ୍ତରୀ ପ୍ରବେଶିକା ପରୀକ୍ଷା ନିଟ୍‌ରେ ସଫଳତା ହାସଲ କରିଥିଲେ। କିନ୍ତୁ ମେଡିକାଲ କଲେଜରେ ନାମ ଲେଖାଇବା ପାଇଁ ଅସମର୍ଥ ଥିଲେ। ତାଙ୍କର ପରିବାର ବହୁତ ଗରିବ ଥିବାରୁ ପାଠ ପଢ଼ିବା ଓ ଅନ୍ୟ ଖର୍ଚ୍ଚ ତୁଲାଇବା ପାଇଁ ଲକ୍ଷାଧିକ ଟଙ୍କା ଯୋଗାଡ଼ କରିବା ଅସମ୍ଭବ ହୋଇପଡ଼ିଥିଲା। ଏହା ପୂର୍ବରୁ ବାଲିଗୁଡା ବ୍ଲକ ଅନ୍ତର୍ଗତ ବାଗ୍ରାମିଲା ଗାଁର ଗରିବ ମେଧାବୀ ଛାତ୍ର ଇଫୁଙ୍କ ଡାକ୍ତରୀ ପାଠପଢ଼ା ଖର୍ଚ୍ଚ ପାଇଁ କିସ ଫାଉଣ୍ଡେଶନ ସହାୟତା ଦେବା ନେଇ ପୂର୍ବରୁ ଘୋଷଣା କରିଛି। ଇଫୁଙ୍କୁ ଆବଶ୍ୟକ ଥିବା ସହାୟତା ସମ୍ପର୍କରେ କିଟ୍‌, କିସ୍‌ ଓ କିସ୍‌ ଫାଉଣ୍ଡେଶନ ପ୍ରତିଷ୍ଠାତା ତଥା କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ ଗଣମାଧ୍ୟମରୁ ଜାଣିବାକୁ ପାଇଥିଲେ। ଇଫୁଙ୍କ ଆର୍ଥିକ ଅନଟନ ସମ୍ପର୍କରେ ଜାଣିବା ପରେ କିସ ଫାଉଣ୍ଡେଶନ ପକ୍ଷରୁ ତାଙ୍କର ଡାକ୍ତରୀ ପାଠପଢ଼ା ଖର୍ଚ୍ଚ ବହନ କରାଯିବ ବୋଲି ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତି ପରେ ଇଫୁ ଏବଂ ତାଙ୍କ ପରିବାର କିସ୍‌ ଫାଉଣ୍ଡେଶନ ଓ ସାମନ୍ତଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଛନ୍ତି। କିସ୍‌ ଫାଉଣ୍ଡେଶନ ପକ୍ଷରୁ ଇଫୁ ଭଳି ଜଣେ ଗରିବ ମେଧାବୀ ଛାତ୍ରଙ୍କୁ କିସ୍‌ ଫାଉଣ୍ଡେଶନ ସହାୟତାର ହାତ ବଢ଼ଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri