ନକଲି ଆଦିବାସୀ ପ୍ରମାଣପତ୍ର ଦେଇ ଶିକ୍ଷକତା କରୁଥିଲେ, ଅବସର ନେବାର ଦିନକ ପୂର୍ବରୁ ପଡିଲେ ଧରା

  • କର୍ଲାମୁଣ୍ଡା, ୨୯/୪ (ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକରେ କାର୍ଯ୍ୟରତ ଜନୈକ ନକଲି ଆଦିବାସୀ ପ୍ରଧାନ ଶିକ୍ଷକ ଅବସର ନେବା ଦିନକ ପୂର୍ବରୁ ପଛୁଆ ବର୍ଗର ବୋଲି ଜଣାପଡିବାକୁ ନକଲି ଆଦିବାସୀ ପ୍ରମାଣିତ ହେବା ପରେ ନକଲି ଆଦିବାସୀଙ୍କ ମନରେ ଭୟର ବାତାବରଣ ଖେଳି ଯାଇଛି। ସୂଚନା ମୁତାବିକ କେସିଙ୍ଗା ବ୍ଲକ ହାତୀଖୋଜ ପଞ୍ଚାୟତ ପିପଲ ପଦର ଗ୍ରାମର (ସିଙ୍ଗାରିବାହାଲ)ର ଗନ୍ଧର୍ବ ସାହୁ(୫୯)ପିତା ସ୍ବର୍ଗତ ଧର୍ମୁ ସାହୁ ୧୯୬୩ରୁ ନିଜକୁ କନ୍ଧ ସମ୍ପ୍ରଦାୟର ବୋଲି ନିଜ ନାମକୁ ଗନ୍ଧର୍ବ ମାଝି ପିତା ଲାଲ ସାଏ ମାଝି ଦର୍ଶାଇ ଶିକ୍ଷକତା କରିଆସୁଥିଲେ। ଏ ସମ୍ବନ୍ଧରେ କଳାହାଣ୍ଡି ଆଦିବାସୀ ଯୁବ ସଂଗଠନ ଓ କଳାହାଣ୍ଡି ଜିଲା ଆଦିବାସୀ ସଂଘ ଦୀର୍ଘ ଦିନରୁ ନକଲି ଆଦିବାସୀଙ୍କ ଜାତିଗତ ପ୍ରମାଣ ପତ୍ର ସଂଗ୍ରହ ପାଇଁ ଅନବରତ ଚେଷ୍ଟା କରି ଆସୁଥିଲେ।

ତେବେ ଶନିବାର କେସିଙ୍ଗା ତହସିଲଦାର ଗନ୍ଧର୍ବ ମାଝି ନାମକ ଶିକ୍ଷକ (ତେଲି) ପଛୁଆ ବର୍ଗର ହୋଇଥିବାରୁ ତାଙ୍କ ଆଦିବାସୀ ଜାତି ପ୍ରମାଣ ପତ୍ରକୁ ଖାରଜ କରିଥିବା ଏକ ଦସ୍ତାବିଜ ଜିଲା ଆଦିବାସୀ ଯୁବ ସଂଗଠନ ସଭାପତି ଗଜପତି ମାଝି ଓ କର୍ଲାମୁଣ୍ଡା ବ୍ଳକ ଆଦିବାସୀ ଯୁବ ସଂଗଠନ ସଭାପତି ନନ୍ଦି କିଶୋର ଭୋଇଙ୍କୁ ଦେବା ପରେ ସଂଘ ତରଫରୁ ଜିଲା ଆଦିବାସୀ ସଂଘ ସଭାପତି ପ୍ରକାଶ ମାଝି ଓ କର୍ଲାମୁଣ୍ଡା ଯୁବ ଆଦିବାସୀ ସଂଘ ସଭାପତି ନନ୍ଦି କିଶୋର ଭୋଇ ଉକ୍ତ ନକଲି ଆଦିବାସୀ ଶିକ୍ଷକଙ୍କୁ ବହିଷ୍କାର ସହିତ ତାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଏ ନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ପଚାରିବାରୁ ସରକାରଙ୍କ ଯାହା ନିୟମ ରହିଛି, ସେ ଅନୁସାରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ଅନ୍ୟ ପଟେ ନକଲି ଆଦିବାସୀ ଶିକ୍ଷକ ଗନ୍ଧର୍ବଙ୍କ ବିରୋଧରେ ଶିକ୍ଷା ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ନ ନେଲେ ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ଜିଲା ଆଦିବାସୀ ଯୁବ ସଂଗଠନ ଓ ଜିଲା ଆଦିବାସୀ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର ଅନୁସାରେ…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri