ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସକୁ ପିଟିଲେ

ବାଲିପାଟଣା,୨୨।୫(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ କୃଷ୍ଣପୁର ମେଳଣ ପଡ଼ିଆରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌ ଚଢ଼ାଉ ବେଳେ ଆକ୍ରମଣର ଶିକାର ହୋଇଛି। ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଭୟଭୀତ ହୋଇ ପୋଲିସ କର୍ମଚାରୀ ଗାଡ଼ି ଛାଡି ପଳାଇଥିଲେ। ଖବର ପାଇ ବାଲିପାଟଣା ପୋଲିସ ପହଞ୍ଚି ସ୍ଥାନୀୟ ସରପଞ୍ଚଙ୍କ ସହାୟତାରେ ଗାଡ଼ିଗୁଡ଼ିକୁ ଉଦ୍ଧାର କରିଛି। ଏହି ଘଟଣାରେ ଶନିବାର ପୋଲିସ କୃଷ୍ଣପୁର ଗଁାରେ ଚଢ଼ାଉ କରି ୨୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
କି, ଶୁକ୍ରବାର କୃଷ୍ଣପୁର ଗଁା ମେଳଣ ପଡିଆରେ ଦ୍ୱିତୀୟ ରାତି ଯାତ୍ରା ହେଉଥିଲା। ସେଠାରେ ଜୁଆଖେଳ ହେଉଥିବା ସୂଚନା ପାଇ ରାତି ପ୍ରାୟ ୨ଟା ୩୦ରେ ସାଦା ପୋଷାକରେ ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌ ପହଞ୍ଚିଥିଲା। ଏହାପରେ ଜୁଆଖେଳ ପାଖରେ ଏକାଠି ହୋଇଥିବା ଲୋକଙ୍କୁ ଲାଠିରେ ପିଟିଥିଲା। କେତେଜଣ ଜୁଆ ଖେଳାଳିଙ୍କୁ ଧରି ଗାଡ଼ିରେ ବସାଇଥିଲା। ଏହି ସମୟରେ ସ୍ଥାନୀୟ ଲୋକେ ଉତ୍‌କ୍ଷିପ୍ତ ହୋଇ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ପରେ ପୋଲିସ କର୍ମଚାରୀ ବନ୍ଧୁକ ଦେଖାଇ ଲୋକଙ୍କୁ ଭୟଭୀତ କରାଇଥିଲେ। ମାତ୍ର ଲୋକେ ଖାତିର ନ କରି ଗୋଡ଼ାଇ ଗୋଡ଼ାଇ ପିଟିଥିଲେ। ଫଳରେ ପୋଲିସ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ପଳାଇ ଆସିଥିଲା। ଆକ୍ରମଣରେ ୬ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଶନିବାର କମିଶନରେଟ ପୋଲିସର ଅତିରିକ୍ତ ଡିସିପି ପ୍ରକାଶ ଚନ୍ଦ୍ର ପଲ, ଜୋନ୍‌-୪ ଏସିପି ପରେଶ କୁମାର ରାଉତ ଏବଂ ବାଲିଅନ୍ତା, ଧଉଳି, ପାହାଳ, ଏୟାରଫିଲ୍ଡ, ଲକ୍ଷ୍ମୀସାଗର ଆଦି ଥାନାର ଆଇଆଇସି ୨ ପ୍ଲାଟୁନ ଫୋର୍ସ ସହ ବାଲିପାଟଣା ଥାନା ସହାୟତାରେ କୃଷ୍ଣପୁର ଗ୍ରାମରେ ଚଢ଼ାଉ କରି ୨୪ ଜଣଙ୍କୁ ଉଠାଇ ନେଇଥିଲେ। ପରେ ପୋଲିସ ଏକ ମାମଲା (ନଂ.୧୩୧/୨୨) ରୁଜୁକରି ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିବା ସହ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri