ବାତ୍ୟା ମୁକାବିଲା କାର୍ଯ୍ୟରେ ନିୟୋଜିତ ଥିଲେ, ହଠାତ୍‌ ହୋଇପଡିଲେ ଅସୁସ୍ଥ

ଗଜପତି,୨୮।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ପୋତାର ପଞ୍ଚାୟତର ଯୋଗାଣ ସହାୟକଙ୍କ ସୁରେନ୍ଦ୍ର ଗମାଙ୍ଗାଙ୍କ ମୃତ୍ୟୁ ହୋଇଛି । ସୋମବାର ରାତିରେ ଖାଇବା ପରେ ଶୋଇବାକୁ ଯାଇଥିଲେ । ଏହି ସମୟରେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିଥିଲେ,ପ୍ରଥମେ ଜିରାଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ନିଆଯାଇଥିଲା। ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ସୂଚନା ଅନୁଯାୟୀ, ଯୋଗାଣ ସହାୟକ ସୁରେନ୍ଦ୍ର ଗମାଙ୍ଗ ୨୬ତାରିଖରୁ ବାତ୍ୟା ମୁକାବିଲା କାର୍ଯ୍ୟରେ ନିୟୋଜିତ ଥିଲେ। ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ଆଣିବା ସହିତ ସେମାନଙ୍କ ରହଣୀ ଓ ଖାଦ୍ୟପେୟ ବ୍ୟବସ୍ଥା ବୁଝୁଥିଲେ । ହେଲେ ଗତକାଲି ରାତିରେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିଥିଲେ । ପରେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ।…

‘ସମାଜ ଗଠନରେ ନାରୀମାନଙ୍କ ଭୂମିକା ଅତୁଳନୀୟ’

ଥୁଆମୂଳ ରାମପୁର,୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ…

ଫାଇନାଲ ମ୍ୟାଚରେ ହେବ ବର୍ଷା! ଜାଣନ୍ତୁ କେମିତି ରହିଛି ପାଗ

ନୂଆଦିଲ୍ଲୀ,୮।୩: ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଟିମ ଇଣ୍ଡିଆ ୨୦୨୬ ଟି୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ଭାରତ ରବିବାର, ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର…

ଫାଇନାଲ ମ୍ୟାଚ ପୂର୍ବରୁ ୨ ଦିନ ହେବ ଶୋଇ ପାରି ନାହାଁନ୍ତି ଏହି ଗାୟିକା, କାହିଁକି? କହିଲେ ଏହାର କାରଣ

ନୂଆଦିଲ୍ଲୀ,୮।୩: ରବିବାରି, ୮ ମାର୍ଚ୍ଚରେ, ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଗାୟିକା ଫାଲଗୁନି ପାଠକ ସମାପନ ଉତ୍ସବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri