ବାତ୍ୟା ମୁକାବିଲା କାର୍ଯ୍ୟରେ ନିୟୋଜିତ ଥିଲେ, ହଠାତ୍‌ ହୋଇପଡିଲେ ଅସୁସ୍ଥ

ଗଜପତି,୨୮।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ପୋତାର ପଞ୍ଚାୟତର ଯୋଗାଣ ସହାୟକଙ୍କ ସୁରେନ୍ଦ୍ର ଗମାଙ୍ଗାଙ୍କ ମୃତ୍ୟୁ ହୋଇଛି । ସୋମବାର ରାତିରେ ଖାଇବା ପରେ ଶୋଇବାକୁ ଯାଇଥିଲେ । ଏହି ସମୟରେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିଥିଲେ,ପ୍ରଥମେ ଜିରାଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ନିଆଯାଇଥିଲା। ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ସୂଚନା ଅନୁଯାୟୀ, ଯୋଗାଣ ସହାୟକ ସୁରେନ୍ଦ୍ର ଗମାଙ୍ଗ ୨୬ତାରିଖରୁ ବାତ୍ୟା ମୁକାବିଲା କାର୍ଯ୍ୟରେ ନିୟୋଜିତ ଥିଲେ। ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ଆଣିବା ସହିତ ସେମାନଙ୍କ ରହଣୀ ଓ ଖାଦ୍ୟପେୟ ବ୍ୟବସ୍ଥା ବୁଝୁଥିଲେ । ହେଲେ ଗତକାଲି ରାତିରେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିଥିଲେ । ପରେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

 

Dharitri – The Largest & Most Trusted Odia Daily

\