ଗୋଟିଏ ଦିନ ପୂର୍ବରୁ ଥିଲେ ନିଖୋଜ, ଆଜି ପୋଖରୀରୁ ମିଳିଳା ମୃତଦେହ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡ଼ି ଗ୍ରାମର ଯଶବନ୍ତ ନାୟକଙ୍କ (୫୦) ମୃତଦେହ ମଙ୍ଗଳବାର ସକାଳ ସମୟରେ ପୋଖରୀରୁ ଉଦ୍ଧାର କରାଯାଇଛି। ସୋମବାର ସେ ନିଖୋଜ ରହିଥିବା ବେଳେ ତାଙ୍କ ପୋଷାକ, ଚପଲ ଆଦି ପୋଖରୀ ହୁଡାରେ ରହିଥିବାରୁ ପରିବାର ଲୋକ ଓ ଗ୍ରାମବାସୀ ସେ ପୋଖରୀରେ ବୁଡ଼ିଯାଇଥିବେ ବୋଲି ସନ୍ଦେହ କରିଥିଲେ। ଦାରିଙ୍ଗବାଡି ଅଗ୍ନିଶମ ବିଭାଗର କର୍ମଚାରୀମାନେ ସନ୍ଧ୍ୟାରେ ଖୋଜାଖୋଜି କରିଥିଲେ ହେଁ ଅନ୍ଧାର ଯୋଗୁ ଯଶବନ୍ତଙ୍କୁ ଖୋଜିପାରି ନ ଥିଲେ। ମଙ୍ଗଳବାର ଭୋର ସମୟରେ ଯଶବନ୍ତଙ୍କ ପରିବାର ଲୋକ ପୁଣି ପୋଖରୀକୁ ଯାଇ ଖୋଜିବା ସମୟରେ ତାଙ୍କ ମୃତଦେହ ଭାସୁଥିବା ଦେଖି ଅଗ୍ନିଶମ ବିଭାଗକୁ ଓ ପୋଲିସକୁ ଖବର ଦେଇଥିଲେ।

ଖବର ପାଇ ଅଗ୍ନିଶମ ବିଭାଗ ମୃତଦେହ ପୋଖରୀରୁ ବାହାର କରିଥିଲେ। ଦାରିଙ୍ଗବାଡି ଥାନାର ସବଇନ୍ସପେକ୍ଟର ଜୟନ୍ତ ସେଠି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ଜବତ କରି ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଏନେଇ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ରୁଜୁ କରାଯାଇ ଅଧିକା ତଦନ୍ତ କରାଯାଉଥିବା ପୋଲିସ କହିଛି।

ସୂଚନାଯୋଗ୍ୟ ଯେ, ମୃତ ଯଶବନ୍ତ ପ୍ରତିଦିନ ଭଳି ସୋମବାର ଭୋର ୪ ଟାରୁ ଘରୁ ବାହାରିଥିଲେ ସନ୍ଧ୍ୟା ହୋଇଯାଇଥିଲେ ସୁଦ୍ଧା ସେ ଘରକୁ ନ ଫେରିବାରୁ ପରିବାର ପକ୍ଷରୁ ତାଙ୍କୁ ଖୋଜାଖୋଜି କରୁଥିଲେ ଏହି ସମୟରେ ତାଙ୍କ ଦୀର୍ଘ ସମୟ ହେଲା ପୋଷାକ ପୋଖରୀ ହୁଡାରେ ରହିଥିବା ଖବର ପାଇ ସନ୍ଦେହ ବଢିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?