୩ ଦିନ ହେଲା ନିଖୋଜ ଥିଲେ, ଆଜି ନଦୀରେ ଭାସିଲା ମୃତଦେହ

ବଡ଼ବିଲ,୨୧ା୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ହାୟାରପୁର ଗ୍ରାମସ୍ଥିତ କାରୋନଦୀରେ ବୁଧବାର ସକାଳେ ଭାସୁଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ ସେହି ଗ୍ରାମର ଦୁଲୁ ମୁଣ୍ଡା(୪୦)। ଗତ ୪ ଦିନ ଧରି ନଦୀରେ ବୁଡ଼ି ନିଖୋଜ ଥିଲେ ବୋଲି ଜଣାପଡ଼ିଛି।
ସୂଚନାନୁଯାୟୀ, ହାୟାରପୁର ଗ୍ରାମରେ ରହୁଥିବା ଦୁଲୁ ତାଙ୍କର କିଛି ସାଙ୍ଗମାନଙ୍କ ସହ ଗତ ରବିବାର ମାଛ ଧରିବାକୁ ନିକଟସ୍ଥ କାରୋ ନଦୀକୁ ଯାଇଥିଲେ। ତେବେ କୌଣସି କାରଣରୁ ଦୁଲୁ ବୁଡ଼ିଯାଇଥିଲା ବେଳେ ସ୍ଥାନୀୟ ଗ୍ରାମବାସୀ ଓ ଦମକଳ ବାହିନୀ ନଦୀରେ ବୁଡ଼ି ଖୋଜିଥିଲେ ହେଁ ସନ୍ଧାନ ପାଇପାରି ନ ଥିଲେ। ବୁଧବାର ପୂର୍ବାହ୍ନରେ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ଏ ନେଇ ପୋଲିସକୁ ଖବର ଦିଆଯିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀ ସହାୟତାରେ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri