୮ ତାରିଖରୁ ନିଖୋଜ ଥିଲେ, ଆଜି ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

କୋକସରା,୧୭ା୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ପଞ୍ଚାୟତ ବାଙ୍କୀମୁଣ୍ଡା ଗ୍ରାମର ଯୁବକ ଗୋରାଙ୍ଗ ପୂଜାରୀ(୫୦)ଙ୍କ ଝୁଲନ୍ତା ମୃତଦେହ ଶାହାଜଖୋଲ ଜଙ୍ଗଲ ମଧ୍ୟରୁ ଗଳିତ ଅବସ୍ଥାରେ ଜବତ କରାଯାଇଛି। ସେ ଗତ ୮ ତାରିଖରୁ ନିଖୋଜ ରହିଥିଲେ। ଏନେଇ ପରିବାର ଲୋକେ କୋକସରା ଥାନାରେ ନିଖୋଜ ଥିବା ନେଇ ଅଭିଯୋଗ କରିଥିଲେ। ବୁଧବାର ଜଙ୍ଗଲକୁ ଯାଇଥିବା କିଛି ଲୋକେ ଜଙ୍ଗଲ ମଧ୍ୟରେ ଜନୈକ ବ୍ୟକ୍ତିଙ୍କ ଗଳିତ ଝୁଲନ୍ତା ମୃତଦେହ ଶିଆଳି ଗଛରେ ଥିବା ନେଇ ଦେଖି ଆମପାଣି ପୋଲିସକୁ ଖବର ଦେଇଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ମାଜିଷ୍ଟ୍ରେଟ ମୋହନ ଚରଣ ଜେନାଙ୍କ ଉପସ୍ଥିତିରେ ଡାକ୍ତର ମୃତଦେହ ବ୍ୟବଚ୍ଛେଦ କରିଥିଲେ। ମୃତ ବ୍ୟକ୍ତି ଜଣକ ନିଜ ଶ୍ବଶୁର ଘର ଆମପାଣି ନିକଟସ୍ଥ ଆନ୍ଧି ଝରଣ ଗ୍ରାମକୁ ଯାଇଥିବା ବେଳେ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କରିଛନ୍ତି ନା ମୃତ୍ୟୁ ପଛରେ ଅନ୍ୟ କୌଣସି କାରଣ ରହିଛି ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ ବୋଲି ତଦନ୍ତକାରୀ ପୋଲିସ ଏଏସ୍‌ଆଇ ରାଜେଶ ପରଡ଼ା ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ଆମପାଣି ଥାନାରେ କେସ୍‌ ନମ୍ବର ୧/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?