ଭୋଜି ସାରି ଫେରୁଥିଲେ ଘରକୁ, ହେଲେ ରାସ୍ତାରେ ଚାହିଁ ରହିଥିଲା ମୃତ୍ୟୁ

ବଲାଙ୍ଗୀର ଅଫିସ,୨୪।୧୧: ବଲାଙ୍ଗୀର-ସୋନପୁର ୫୭ ନଂ. ଜାତୀୟ ରାଜପଥର ରଣ୍ଡା ଛକ ନିକଟରେ ବୁଧବାର ବୋଲେରୋ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ହୋଇଛନ୍ତି। ମୃତାହତମାନେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ କୁଡ଼ାସିଂହା, ଭୁତିଆରବାହାଲ, ବିଡିଘାଟ, ସାଆନ୍ତମୁଣ୍ଡା ଆଦି ଗାଁର । ୮ ଜଣ ଯୁବକମାନେ ଖଣ୍ଡାଧାରରେ ଭୋଜିକରି ବୋଲେରୋରେ ଫେରୁଥିବା ବେଳେ ଭୋର ସମୟରେ ରଣ୍ଡା ଛକ ନିକଟ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘନ କୁହୁଡ଼ି ଯୋଗୁ ଆଗରେ ଥିବା କୌଣସି ଭାରିଯାନକୁ ପଛପଟୁ ବୋଲେରୋଟି ଧକ୍କା ଦେଇଥିଲା। ଦୁର୍ଘଟଣାରେ ୨ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କୁ ଉଦ୍ଧାର କରି ବଲାଙ୍ଗୀର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପୁଇଁନ୍ତଳା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri